ଭୁବନେଶ୍ୱର: ନୟାଗଡ଼ ନାବାଳିକା ‘ପରୀ’କୁ ନ୍ୟାୟ ଦାବିରେ ରାଜରାସ୍ତାକୁ ଓହ୍ଲାଇଛି ବିଜେପି । ଦଳ ପକ୍ଷରୁ ସମସ୍ତ ବିଧାନସଭା କ୍ଷେତ୍ରରେ ପଦଯାତ୍ରା ଚାଲିଛି । ଆଜି କୁନି ଝିଅକୁ ନ୍ୟାୟ ଦେବା ଦାବିରେ ଭୁବନେଶ୍ୱରରୁ ପରୀର ଗାଁ ନୟାଗଡ଼ ଜିଲ୍ଲା ଯଦୁପୁର ଯାଏ ପଦଯାତ୍ରା ଆରମ୍ଭ କରିବ ବିଜେପି । ଏଥିରେ ସାମିଲ ହେବେ ବିଜେପି ମହିଳା ମୋର୍ଚ୍ଚା ରାଷ୍ଟ୍ରୀୟ ଅଧ୍ୟକ୍ଷା ଭନତୀ ଶ୍ରୀନିବାସନ୍ ।

ଆଜି ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନିକଟରୁ ଦଳ ସଂକଳ୍ପ ନେଇ ପଦଯାତ୍ରା ଆରମ୍ଭ କରିବ । ଆଜି ଲିଙ୍ଗରାଜ ମନ୍ଦିରରୁ ଯାଆଁଳା, ଆସନ୍ତାକାଲି ଯାଆଁଳାରୁ ସାରୁଅ, ତା ପରଦିନ ସାରୁଅରୁ ପିଚୁକୁଳି ପର୍ଯ୍ୟନ୍ତ ପଦଯାତ୍ରା ହେବ। ଏହାପରେ ପିଚୁକୁଳିରୁ ଇଟାମାଟି ଦେଇ ଯଦୁପୁରରେ ପହଞ୍ଚିବ ବିଜେପିର ପଦଯାତ୍ରା । ଆସନ୍ତା ୨୪ ତାରିଖରେ ଯଦୁପୁରରେ ଏକ ବଡ଼ ସଭା କରିବାର କାର୍ଯ୍ୟକ୍ରମ ରହିଛି ।
BREAKING NEWS
- ରାହୁଲ ଗାନ୍ଧୀଙ୍କୁ ରିଲଞ୍ଚ କରିବା ପାଇଁ ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି ବିରୋଧୀ, ଇଣ୍ଡିଆ ମେଣ୍ଟ ଉପରେ ବର୍ଷିଲେ ସମ୍ବିତ
- ପୀତବାସ ପଣ୍ଡା ହତ୍ୟା ମାମଲା: ସାକ୍ଷୀଙ୍କୁ ଧମକାଇବା ଅଭିଯୋଗ, ଥାନାରେ ହାଜର ହେଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା
- ଅଧିକ ସୁରକ୍ଷିତ ଓ ସୁଦୃଢ଼ ଭିତ୍ତିଭୂମି ନିର୍ମାଣ ପାଇଁ ଅଗ୍ନି ପ୍ରତିରୋଧୀ ଷ୍ଟ୍ରକ୍ଚରାଲ୍ ଷ୍ଟିଲ୍ ବିକଶିତ କଲା ଟାଟା ଷ୍ଟିଲ୍
- ସୌମ୍ୟରଞ୍ଜନ ହତ୍ୟା ମାମଲା: DGP କହିଲେ, ସମ୍ପୂର୍ଣ୍ଣ ସତ୍ୟ ସାମ୍ନାକୁ ଆସିବା ପର୍ଯ୍ୟନ୍ତ ଜାରି ରହିବ ତଦନ୍ତ
- ସିଇସି ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି; ବିରୋଧୀଙ୍କ ପ୍ରତିବାଦରେ ସାମିଲ ବିଜେଡି
- ଆସନ୍ତା ୩ ଦିନ ଯାଏଁ ଭିଜିବ ଓଡ଼ିଶା; ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
- ନିର୍ବାଚନକୁ ନେଇ ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟରେ ଉତ୍ତେଜନା, ୯ ଅଟକ
- ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ; ଅରବିନ୍ଦ ମହାନ୍ତିଙ୍କୁ ଗିରଫ କଲା ଭିଜିଲାନ୍ସ
- SIR ବିରୋଧରେ ଦିଲ୍ଲୀରେ ବିରୋଧୀଙ୍କ ବଡ଼ ମାର୍ଚ୍ଚ; ରାହୁଲ-ପ୍ରିୟଙ୍କାଙ୍କ ସମେତ ଅନେକ ନେତା ଅଟକ, CECଙ୍କ ଇସ୍ତଫା ଦାବି
- ନାଇଜେରିଆରେ ବିମାନ ଦୁର୍ଘଟଣାଗ୍ରସ୍ତ, ଚାଲିଗଲା ୩୨ ଜୀବନ

Comments are closed.