Latest Odisha News

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ରାଶିଫଳ  

ତା୩୧.୧୨.୨୦୨୦ ଗୁରୁବାର

ଆଜି ଦିନର ମହତ୍ତ୍ୱ
ଆଜି ହେଉଛି ୨୦୨୦ ମସିହା ଡିସେମ୍ବର ତା ୩୧ ରିଖ ଗୁରୁବାର ଧନୁ ୧୭ ଦିନ ପୌଷ ମାସ କୃଷ୍ଣପକ୍ଷ ପ୍ରତିପଦା ଭୁକ୍ତ ଦ୍ବିତୀୟା ତିଥି ପୁନର୍ବସୁ ନକ୍ଷତ୍ର ମିଥୁନ ଚନ୍ଦ୍ର
ଘାତ ବାର:- ତୁଳା ଓ କୁମ୍ଭ ରାଶିର
ଘାତ ଚନ୍ଦ୍ର:- କନ୍ୟା ରାଶି ପୁରୁଷ , ବିଛା ଓ କୁମ୍ଭ ରାଶି ମହିଳାଙ୍କର
ଆଜିର ନିଷେଧ ଖାଦ୍ୟ :- ବୋଇତି କଖାରୁ

ମେଷ: ଆଜି ମାନସିକ ଅଶାନ୍ତି ଓ ପାରିବାରିକ ସମସ୍ୟା ଆପଣଙ୍କୁ ବିଚଳିତ କରାଇବ । ଯେଉଁ କାମରେ ହାତ ଦେଲେ ମଧ୍ୟ ସଫଳତା ବିଳମ୍ବରେ ମିଳିବ। କୌଣସି ପୂର୍ବ ସମସ୍ୟାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ କଳି ଲାଗିପାରେ।

ବୃଷ: ଆଜି ଆପଣ ନିକଟ ସମ୍ପର୍କୀୟମାନଙ୍କ ସାହାଯ୍ୟ ଓ ସହଯୋଗ ପାଇ କାମଗୁଡିକ ସହଜରେ ସମ୍ପନ୍ନ କରିପାରିବେ। କଳା, ସାହିତ୍ୟ, ସଙ୍ଗୀତ, କ୍ଷେତ୍ରରେ ସଫଳତା ପାଇବେ । ମାଲିମକଦ୍ଦମା ନ୍ୟାୟ ଆପଣଙ୍କ ସପକ୍ଷରେ ମିଳିବ ।

ମିଥୁନ: ଅନ୍ୟର ସାହାଯ୍ୟ ଆଜି ଆପଣଙ୍କୁ କର୍ମମୁଖର କରାଇବା ସହ ଆର୍ଥିକ ଉନ୍ନତି ଦିଗରେ ସହାୟକ ହେବ । ଆଜି ଫେରନ୍ତା ବାଟରେ ଅର୍ଥ ଲାଭ କରିବେ । ଶିଳ୍ପ, ଶିକ୍ଷା ବାଣିଜ୍ୟ ଓ ବ୍ୟବସାୟ କ୍ଷେତ୍ରରେ ଉନ୍ନତି କରିବେ। ଆଲୋଚନା କ୍ଷେତ୍ରରେ କିମ୍ବା ରାଜନୈତିକ କ୍ଷେତ୍ରରେ ସମ୍ମାନିତ ହେବେ ।

କର୍କଟ: ଆଜି ମନ ଚାହୁଁଥିବା ପ୍ରକାରେ କାମ କରିବା କଷ୍ଟକର ହୋଇପାରେ। ବକେୟା ଟଙ୍କା ପାଇବା ସକାଶେ ଯୁକ୍ତିତର୍କ ହୋଇପାରେ । ଶିଳ୍ପ, ବାଣିଜ୍ୟ, ପରିବହନ କ୍ଷେତ୍ରରେ ଲାଭବାନ ହେବେ । ଶାରୀରିକ ଓ ମାନସିକ ଶାନ୍ତି ମିଳିବ ।

ସିଂହ: ନିଜର କାର୍ଯ୍ୟଦକ୍ଷତା ଓ ଦୃଢ ମନୋବଳ ଆଜିର ପ୍ରତ୍ୟେକ କାମକୁ ସାକାର କରିପାରିବ। ଆଜିର ଯାତ୍ରା ଆପଣଙ୍କୁ ଆନନ୍ଦ ପ୍ରଦାନ କରିବ । ଗବେଷଣା, ଅନୁସନ୍ଧାନ, ଅଧ୍ୟୟନ ଓ ଅଧ୍ୟାପନା, ପ୍ରତିଯୋଗୀତା କ୍ଷେତ୍ରରେ ଉନ୍ନତି କରିବେ। ପରିବହନ, ନିର୍ମାଣ, ବାଣିଜ୍ୟ ବ୍ୟବସାୟ ସକାଶେ କୈାଣସି ପ୍ରତିବନ୍ଧକ ରହିବ ନାହିଁ ।

କନ୍ୟା : ବନ୍ଧୁମାନଙ୍କ ସାହାଯ୍ୟ,ସହଯୋଗ ମାଧ୍ୟମରେ କାର୍ଯ୍ୟହାସଲ ସହ ଆର୍ଥିକ ସ୍ଥିତିକୁ ମଜ୍‌ବୁତ୍ କରିପାରିବେ। ଗୁରୁତ୍ୱପୂର୍ଣ୍ଣ ଆଲୋଚନାରେ ବିରୋଧୀ ମାନେ ପରାଜୟ ହେବେ ।ଶାରୀରିକ ଓ ମାନସିକ ଶାନ୍ତି ମିଳିବ । ମହିଳାମାନେ ପ୍ରଶଂସନୀୟ ହେବେ ।

ତୁଳା : ନିଜ ଲୋକମାନେ ଶତ୍ରୁତା କଲେ ମଧ୍ୟ କୈାଣସି କାମ ଅଟକି ରହିବ ନାହିଁ । କର୍ମକ୍ଷେତ୍ରରେ ସମସ୍ୟାର ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ଶିଳ୍ପ, ବ୍ୟବସାୟରେ ଲାଭବାନ୍ ହେବେ। ଅସମ୍ପୂର୍ଣ୍ଣ କାମକୁ ଆଜି ବୁଦ୍ଧି ବଳରେ ସମ୍ପୁର୍ଣ୍ଣ କରିବେ । ବନ୍ଧୁଙ୍କ ସହ ଭୁଲ୍ ବୁଝାମଣା ଜନିତ ଅଶାନ୍ତ ପରିବେଶ ସକାଶେ ଚିନ୍ତା ବଢିପାରେ।

ବିଛା : ବାରମ୍ବାର ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେଉଥିବାରୁ ମାନସିକ ଉଦ୍‌ବେଗ ବୃଦ୍ଧି ପାଇବ। ବ୍ୟବସାୟ, ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ବାଦବିବାଦ ଦେଖା ଦେବ । ଦୀର୍ଘ ଦିନରୁ ରହି ଆସିଥିବା ଋଣ ପରିଶୋଧ କରିବା ସକାଶେ ଚିନ୍ତିତ ରହି ପାରନ୍ତି।

ଧନୁ : ପାରିବାରିକ କ୍ଷେତ୍ରରେ ଅଶାନ୍ତ ପରିସ୍ଥିତି ସୃଷ୍ଟି ହୋଇପାରେ। ଆଶା କରୁଥିବା ଦିଗରୁ ଅପରାହ୍ନରେ ପ୍ରାପ୍ତ ହେବେ । କୋଟ କଚେରୀ ମାମଲାରେ ବିଜୟ ଲାଭ କରିବେ । ବିଦ୍ୟାର୍ଥୀ ମାନେ ବିଦ୍ୟାରେ କୃତିତ୍ବ ଅର୍ଜନ କରିବେ ।

ମକର : ଆଜି ପ୍ରତିକୂଳ ପରିସ୍ଥିତିକୁ ଦୂରେଇବାରେ ସମର୍ଥ ହେବେ। ଜମିଜମା, ବିବାଦୀୟ କ୍ଷେତ୍ରରେ ସଫଳତା ପାଇବେ ।ବ୍ୟବସାୟ ଓ ବାଣିଜ୍ୟ, ପ୍ରଶାସନିକ ସ୍ତରରେ ଉନ୍ନତି ଘଟିବ। ନିର୍ମାଣାଧୀନ କାମକୁ ଆଗେଇ ନେବେ ।

କୁମ୍ଭ : ଆଜି ଆପଣାକୁ ପ୍ରତ୍ୟେକ ଦିଗରୁ ସଫଳତା ପାଇବେ । ବ୍ୟବସାୟ ତଥା ପରିବହନ ସକାଶେ ଦିନଟି ବିଶେଷ ଭାବରେ ଅନୁକୂଳ ରହିବ। ଆନୁଷ୍ଠାନିକ କାମ,ସଭାସମିତି, ସାହିତ୍ୟ ଚର୍ଚ୍ଚା, ଚୁକ୍ତିପତ୍ର କ୍ଷେତ୍ରରେ ଅଶାନୁରୂପ ଫଳ ପାଇବେ। ଆର୍ଥିକ ସ୍ଥିତି ପୂର୍ବ ପରି ସୁଦୃଢ଼ ରହିବ ।

ମୀନ : ଦୀର୍ଘ ଦିନରୁ ଚିନ୍ତା କରିଥିବା ନୂତନ ଯୋଜନା କାର୍ଯ୍ୟକାରୀ ହେବ । ଯାତ୍ରା ସମୟରେ ନିଜ ଜିନିଷ ପ୍ରତି ସତର୍କ ରୁହନ୍ତୁ ନତୁବା ପରେ ଅନୁତାପ କରିବାକୁ ପଡିପାରେ। ଯେତେ ଭଲ କାମ କଲେ ମଧ୍ୟ ପରିବାରରେ ଅନ୍ୟମାନେ ଦୋଷ ଖୋଜିବେ । ପିଲାମାନଙ୍କୁ କେନ୍ଦ୍ରକରି ହଠାତ୍ କାୈଣସି ଘଟଣା ମନକୁ ବିବ୍ରତ କରିପାରେ।

ଜ୍ଯୋତିର୍ବିଦ୍ ନିରଞ୍ଜନ ମହାପାତ୍ର, ମୋବାଇଲ ନମ୍ବର :୯୪୩୭୨୨୫୪୩୪

Leave A Reply

Your email address will not be published.