ଭୁବନେଶ୍ୱର: କରୋନା ଯୋଗୁ ଏବର୍ଷ ରାଜ୍ୟରେ ବିଳମ୍ବ ହୋଇଛି ପରୀକ୍ଷା । ବହୁ କଳ୍ପନାଜଳ୍ପନା ଭିତରେ ମେ ୩ରୁ ମାଟ୍ରିକ ପରୀକ୍ଷା ପାଇଁ ତାରିଖ ଘୋଷଣା କରିଛନ୍ତି ସରକାର । ଏବର୍ଷ ପ୍ରତି ବିଷୟରେ ୮୦ ମାର୍କର ହେବ । ଛାତ୍ରଛାତ୍ରୀ ୫୦ ମାର୍କର ଙଗଜ ଅବଜେକ୍ଟିଭ୍ ଓ ୩୦ ମାର୍କର ସବଜେକ୍ଟିଭ ପ୍ରଶ୍ନର ପରୀକ୍ଷା ଦେବେ । କିନ୍ତୁ ରେଜଲ୍ଟ ବେଳେ ୧୦୦ ମାର୍କର ମୂଲ୍ୟାୟନ କରାଯିବ । ଏହି ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ୮୦ ମାର୍କର ରେଜଲ୍ଟ ଅନୁଯାୟୀ ଓ ବଳକା ୨୦ ମାର୍କ ପାଇଁ ଆଭରେଜ ନମ୍ବର ପାଇବେ ଛାତ୍ରଛାତ୍ରୀ ।

ମାଟ୍ରିକ୍ ପରୀକ୍ଷା ଆସନ୍ତା ମେ ୩ ତାରିଖରୁ ଆରମ୍ଭ ହୋଇ ମେ ୧୫ ତାରିଖରେ ଶେଷ ହେବ । ଫର୍ମପୂରଣ ସଂକ୍ରାନ୍ତରେ ଆସନ୍ତାକାଲି କିମ୍ବା ୫ ତାରିଖରେ ଘୋଷଣା କରାଯିବ । ଫର୍ମପୂରଣ ପରେ ପରୀକ୍ଷାର କାର୍ୟ୍ୟସୂଚୀ ବିଷୟରେ ପ୍ରକାଶ କରାଯିବ । ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ନିମନ୍ତେ ଜାନୁଆରି ୮ରୁ ଏପ୍ରିଲ ୨୬ତାରିଖ ପର୍ୟ୍ୟନ୍ତ ପାଠପଢ଼ା ହେବ । ଶନିବାର/ରବିବାରକୁ ମିଶାଇ ୧୦୦ ଦିନ ପାଠପଢ଼ା ହେବ। ଆବଶ୍ୟକସ୍ଥଳେ ଅନ୍ୟଦିନକୁ ଛୁଟି ଦିନ ଘୋଷଣା କରାଯିବ ।
BREAKING NEWS
- ୩ ବରିଷ୍ଠ ଆଇଏଏସଙ୍କୁ ପଦୋନ୍ନତି ଦେଲେ ଓଡ଼ିଶା ସରକାର
- ଅଷ୍ଟ୍ରେଲିଆନ ଓପନ ଟେନିସ: ର୍ୟାବକିନା ଜିତିଲେ ମହିଳା ସିଙ୍ଗଲ୍ସ ଟାଇଟଲ
- ଇରାନରେ ଜୋରଦାର ବିସ୍ଫୋରଣ; ପୋର୍ଟ ଓ ଆବାସିକ କୋଠା କ୍ଷତିଗ୍ରସ୍ତ…
- ୧୦ ବିଭାଗର ୧୨ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁର; ନିର୍ମାଣ ହେବ ପ୍ରତିରକ୍ଷା ଏବଂ ଏରୋସ୍ପେସ ସାମଗ୍ରୀ
- ମୋଦିଙ୍କ ଗସ୍ତ ପୂର୍ବରୁ ବୋମା ଧମକ, ଆଲର୍ଟରେ ପ୍ରଶାସନ…
- ଆଇଏଫଏସ ଅଧିକାରୀ କେ.ମୁରୁଗେସାନ୍ ହେଲେ ନୂଆ ପିସିସିଏଫ
- Puri Drowning: ଚକ୍ରତୀର୍ଥ ରୋଡ୍ ସମୁଦ୍ରରେ ବୁଡ଼ି ମାଆ,ପୁଅଙ୍କ ମୃତ୍ୟୁ; ଉଭୟ ଝାଡ଼ଖଣ୍ଡର…
- ହାତୀ ମୃତ୍ୟୁ ମାମଲା; ଏସିଏଫ ସୂର୍ଯ୍ୟକାନ୍ତ ବେହେରା ନିଲମ୍ବିତ
- ରଣଜୀ ଟ୍ରଫି: ଓଡିଶା ୨୨୧ ରନରେ ଅଗ୍ରଣୀ
- ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଦିବଙ୍ଗତ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ର
Comments are closed.