Latest Odisha News

ମାହାଙ୍ଗା ଡବଲ ମର୍ଡର ଘଟଣା, ଆଉ ଜଣେ ଅଭିଯୁକ୍ତ ଗିରଫ

କଟକ: ମାହାଙ୍ଗା ଡବଲ ମର୍ଡର ଘଟଣା ଆଉ ଜଣେ ଅଭିଯୁକ୍ତ ଗିରଫ କରିଛି ଗ୍ରାମାଞ୍ଚଳ ପୋଲିସ । ଏଥି୍ ସହ ମୋଟ ଗିରଫଦାରୀ ସଂଖ୍ୟା ୭ରେ ପହଞ୍ଚିଛି ।

ଉଲ୍ଲେଖଯୋଗ୍ୟ, ଗତ ୨ତାରିଖ ରାତିରେ ମାହାଙ୍ଗା ବ୍ଲକର ପୂର୍ବତନ ଅଧ୍ୟକ୍ଷ କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବାଇକରେ ଫେରୁଥିବା ବେଳେ ତାଙ୍କ ଉପରକୁ ଆକ୍ରମଣ ହୋଇଥିଲା । ଘଟଣାସ୍ଥଳରେ କୁଳମଣିଙ୍କ ମୃତ୍ୟୁ ହୋଇଥିବା ବେଳେ ଓ ପରେ ଏସସିବିରେ ଦିବ୍ୟସିଂହ ଆଖି ବୁଜିଥିଲେ ।

ଅଭିଯୋଗ ପରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ଟିମ୍ ଗଠନ କରିବା ସହ ବିଭିନ୍ନ ସ୍ଥାନରେ ଚଢାଉ କରି ୪ଜଣଙ୍କୁ ଗିରଫ କରିଥିଲା । ଏହାସହ ମଙ୍ଗଳବାର ଦିନ ବିଳମ୍ବିତ ରାତିରେ ଜଣଙ୍କୁ ଗିରଫ କରାଯାଇଥିବା ବେଳେ ଗତକାଲି ବିଳମ୍ବିତ ରାତିରେ ସ୍ପେଶାଲ ପୋଲିସ ଟିମ୍ ଚଢାଉ କରି ଆଉ ଜଣେ ଅଭିଯୁକ୍ତକୁ ଗିରଫ କରିଥିଲା । ଆଜି ଗିରଫ ହୋଇଥିବା ଅଭିଯୁକ୍ତକୁ ମିଶାଇ ମୋଟ ୭ ଜଣ ଅଭିଯୁକ୍ତ ଗିରଫ ହୋଇଛନ୍ତି ।

Leave A Reply

Your email address will not be published.