ପୁରୀ: ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବ୍ୟବସ୍ଥାରେ କୋହଳ ହୋଇପାରେ । ଉଠିପାରେ କୋଭିଡ୍ ଟେନେଗିଭ୍ ରିପୋର୍ଟ ବ୍ୟବସ୍ଥା । ଏଥିପାଇଁ ଆଜି ଶ୍ରୀମନ୍ଦିର କାର୍ଯ୍ୟାଳୟରେ ବସୁଛି ଗୁରୁତ୍ୱପୂର୍ଣ୍ଣ ବୈଠକ । ଦର୍ଶନ ବ୍ୟବସ୍ଥା ନେଇ ଏଠାରେ ପୁଙ୍ଖାନୁପୁଙ୍ଖ ଆଲୋଚନା ହେବ । ସପ୍ତାହେ ଧରି ହୋଇଥିବା ଦର୍ଶନ ବ୍ୟବସ୍ଥାର ସମୀକ୍ଷା ହେବ । ବର୍ତ୍ତମାନ କୋଭିଡ୍ କଟକଣା ଭିତରେ ଚାଲିଥିବା ଦର୍ଶନ ବ୍ୟବସ୍ଥାରେ କଣ ପରିବର୍ତ୍ତନ ଅଣାଯାଇପାରିବ ? ସେନେଇ ସମସ୍ତଙ୍କ ମତାମତ ଲୋଡ଼ିପାରେ ଶ୍ରୀମନ୍ଦିର ପ୍ରଶାସନ । କୋଭିଡ୍ ନେଗେଟିଭ୍ ରିପୋର୍ଟ ଦେଖାଇ ଭକ୍ତ ଶ୍ରୀଜିଉଙ୍କୁ ଦର୍ଶନ କରୁଛନ୍ତି ।

ଯାହାର ନେଗେଟିଭ୍ ରିପୋର୍ଟ ନାହିଁ ସେମାନେ କାଳିଆ ଦର୍ଶନରୁ ବଞ୍ଚିତ ହେଉଛନ୍ତି । ଏନେଇ ସାଧାରଣ ଭକ୍ତଙ୍କ ମନରେ କ୍ଷୋଭ । କୋଭିଡ୍ ରିପୋର୍ଟ ପାଇଁ ଅର୍ଥ ଯୋଗାଡ଼ କରି ପାରୁନଥିବା ଭକ୍ତ କିଭଳି ସୁବିଧାରେ ମହାପ୍ରଭୁଙ୍କ ଦର୍ଶନ କରିପାରିବ ସେନେଇ ଆଜିର ବୈଠକରେ ଆଲୋଚନା ହୋଇପାରେ ।
କୋଭିଡ ନେଗେଟିଭ ରିପୋର୍ଟ ଦେଖାଇବା ବଳବତ୍ତର ରହିବ ନା ପ୍ରତ୍ୟାହାର କରାଯିବ ସେ ସମ୍ପର୍କରେ ବି ହୋଇପାରେ ଆଲୋଚନା । ପୁରୀରେ ପର୍ଯ୍ୟଟକଙ୍କ କୋଭିଡ ପରୀକ୍ଷା ବ୍ୟବସ୍ଥା ନଥିବାରୁ ପ୍ରତ୍ୟେକ ଦିନ ହଜାର ହଜାର ଶ୍ରୀଜଗନ୍ନାଥପ୍ରେମୀ ଓ ଭକ୍ତ ଦର୍ଶନ ନକରି ଫେରୁଛନ୍ତି । ଏହାକୁ ଦୃଷ୍ଟିରେ ରଖି ବିକଳ୍ପ ବ୍ୟବସ୍ଥା ସମ୍ପର୍କରେ ଆଜିର ବୈଠକ ପରେ ନିଷ୍ପତ୍ତି ହୋଇପାରେ ।
BREAKING NEWS
- Spying For Pakistan: ପାକ୍ ଗୁପ୍ତଚରଙ୍କୁ ଗୋପନୀୟ ତଥ୍ୟ ପଠାଉଥିବା ଅଭିଯୋଗରେ ଅବସରପ୍ରାପ୍ତ IAF ଅଧିକାରୀ ଗିରଫ
- Odisha Masters 2025:ଡିସେମ୍ବର ୧୪ରେ ଫାଇନାଲ ମ୍ୟାଚ; ଏହି ଭାରତୀୟ ଖେଳାଳୀ ଦେଖାଇବେ ଦମ୍
- କୃଷିର ନିରନ୍ତର ଅଭିବୃଦ୍ଧି ପାଇଁ ଶୀତଳ ଭଣ୍ଡାର ଏକ ସହାୟକ ପରିବେଶ ସୃଷ୍ଟି କରିବ: କୃଷି ମନ୍ତ୍ରୀ
- ପରଲୋକରେ ବରିଷ୍ଠ ସାମ୍ବାଦିକ ଦୁଲାଲ ମିଶ୍ର
- ଟାଟା ଷ୍ଟିଲ୍ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ୱେଷଣରେ ସମ୍ବର୍ଦ୍ଧିତ ହେଲେ ରାଜ୍ୟର ୩୦ ଛାତ୍ରଛାତ୍ରୀ; ଯିବେ ISRO
- ବନ୍ଦେ ଭାରତ ଟ୍ରେନରେ ମିଳିବ ସ୍ଥାନୀୟ ଖାଦ୍ୟ, ପରେ ଅନ୍ୟ ଟ୍ରେନରେ ବି ହେବ ଉପଲବ୍ଧ…
- ସତରେ କଣ ଘରର ସୁନା ଯୋଗିଥାଏ ସାପ ? କ’ଣ କହୁଛି ଧର୍ମ…
- ଆପଣଙ୍କ ଶରୀରରେ ରହିଛିକି ଭିଟାମିନ ଡି ଅଭାବ: ସାବଧାନ! ମନକୁ ଆସିପାରେ ଆତ୍ମତ୍ୟା କରିବାର ଚିନ୍ତା…
- ନିଜ ଦେହର ମାଂସ ଖାଇଗଲେ କଏଦୀ ! ଛାତିଥରା ଘଟଣା
- ଆପଣଙ୍କ ପାସୱାର୍ଡ ଆଉ ଜଣଙ୍କ ପାଖରେ! ଜାଣନ୍ତୁ କିଏ…
Comments are closed.