Latest Odisha News

BREAKING NEWS

ସ୍କୁଲ ଖୋଲିବା ପରେ ଗଜପତିରେ ୨୬ ଶିକ୍ଷକ କରୋନା ପଜିଟିଭ, ୨ ବିଦ୍ୟାର୍ଥୀ ସଂକ୍ରମିତ

ପାରଳାଖେମୁଣ୍ଡି: ରାଜ୍ୟରେ ବିଦ୍ୟାଳୟ ଖୋଲିବାର ଗୋଟିଏ ଦିନ ପରେ ତଥା ଶନିବାର ଦିନ ଗଜପତି ଜିଲ୍ଲାରେ ୨୬ ଜଣ ସ୍କୁଲ ଶିକ୍ଷକ ଓ ଶିକ୍ଷୟିତ୍ରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ମୁଖ୍ୟ ଜିଲ୍ଲା ଚିକିତ୍ସା ଅଧିକାରୀ ପ୍ରଦିପ କୁମାର ପାତ୍ର ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ ସରକାରଙ୍କ ନିର୍ଦ୍ଦେଶାବଳୀ ଅନୁଯାୟୀ ଜିଲ୍ଲା ପ୍ରଶାସନ ପକ୍ଷରୁ ବିଭିନ୍ନ ବିଦ୍ୟାଳୟର ଶିକ୍ଷକ ଏବଂ କର୍ମଚାରୀଙ୍କ ପରୀକ୍ଷା କରାଯାଇଥିଲା।

ସେ ଆହୁରି ମଧ୍ୟ କହିଛନ୍ତି ଯେ ମୋହନା ବ୍ଲକରେ ୧୭ ଜଣ ଶିକ୍ଷକ ଏବଂ ଅନ୍ୟ ୧୪ ଜଣ ପାରଳାଖେମୁଣ୍ଡିସ୍ଥିତ ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାବ୍ୟତୀତ ୨ ଜଣ ବିଦ୍ୟାର୍ଥୀ ମଧ୍ୟ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ଉଲ୍ଲେଖଯୋଗ୍ୟ, ଜାନୁଆରୀ ୮ରୁ ସ୍କୁଲ ଖୋଲିବା ପାଇଁ ରାଜ୍ୟ ସରକାର ଘୋଷଣା କରିଥିଲେ।

 

Comments are closed.