Latest Odisha News

BREAKING NEWS

ମାଟ୍ରିକ ପରୀକ୍ଷା ଫିସ୍ ଛାଡ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଚଳିତ ବର୍ଷ ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ପାଇଁ ଛାତ୍ରଛାତ୍ରୀଙ୍କୁ ଦେବାକୁ ପଡିବନି ପରୀକ୍ଷା ଫିସ୍ । ଏହାକୁ ଛାଡ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଏହାଦ୍ବାରା ୬ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହେବେ । ଏ ବାବଦରେ ରାଜ୍ୟ ସରକାର ୨୭ କୋଟି ଟଙ୍କା ବ୍ୟୟଭାର ବହନ କରିବେ।

କରୋନା ମହାମାରୀକୁ ଦୃଷ୍ଟିରେ ରଖି ଚଳିତ ୨୦୨୦-୨୧ ଶିକ୍ଷା ବର୍ଷ ପାଇଁ ଏହି ସ୍କୁଲ ଫିସକୁ ଛାଡ କରାଯାଇଛି । ଦୀର୍ଘ ୯ ମାସ କାଳ ସ୍କୁଲ ବନ୍ଦ ରହିବା ପରେ ଜାନୁଆରୀ ୮ ତାରିଖରୁ କେବଳ ଦଶମ ଓ ଦ୍ବାଦଶ ଶ୍ରେଣୀକୁ କୋଭିଡ ନିୟମ ପାଳନ କରି ଖୋଲାଯାଇଛି । କରୋନା ଯୋଗୁଁ ବହୁ ଲୋକ ଜୀବିକା ହରାଇଛନ୍ତି । ଆର୍ଥିକ ଅବସ୍ଥା ବି ଅନେକଙ୍କର ବିଗିଡି ଯାଇଛି । ଏହାକୁ ଦୃଷ୍ଟିରେ ରଖି ଏହି ପରୀକ୍ଷା ଫିସ୍ ଛାଡ କରାଯାଇଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.