Latest Odisha News

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ରାଶି ଫଳ
ତା ୧୪-୧-୨୦୨୧ ଗୁରୁବାର

ଆଜି ଦିନର ମହତ୍ତ୍ୱ.
ଆଜି ହେଉଛି ୨୦୨୧ ମସିହା ଜାନୁଆରୀ ତା ୧୪ ରିଖ ଗୁରୁବାର ମକର ୧ ଦିନ ପୌଷମାସ ଶୁକ୍ଳ ପକ୍ଷ ପ୍ରତିପଦା ଭୁକ୍ତ ଦ୍ବିତୀୟା ତିଥି ଶ୍ରବଣା ନକ୍ଷତ୍ର ମକର ଚନ୍ଦ୍ର
ଘାତ ବାର:- ତୁଳା ଓ କୁମ୍ଭ ରାଶିର
ଘାତ ଚନ୍ଦ୍ର:- ସିଂହ ରାଶି ପୁରୁଷଙ୍କର
ଆଜି: କଖାରୁ ଖାଇବା ନିଷେଧ
ଆଜି ମକର ସଂକ୍ରାନ୍ତି, ପୋଙ୍ଗଲ ପର୍ବ, ସୂର୍ଯ୍ୟଙ୍କର ଉତ୍ତରାୟଣ ଗତି ଆରମ୍ଭ

ମେଷ
ଦେହ ମନ ସୁସ୍ଥ ରହିବ ଓ ଲୋକସମ୍ପର୍କ ବୃଦ୍ଧି ପାଇବ ।ଧନ,ମାନ ସମ୍ମାନର ଅଧିକାରୀ ହେବେ ।ରାଜନୀତି କ୍ଷେତ୍ରରେ ଜନ ସମାଜରେ ପ୍ରଶଂସନୀୟ ହେବେ ।ବିଦ୍ଯାର୍ଥୀ ମାନେ ବିଦ୍ଯାରେ ସଫଳତା ପାଇବେ ।

ବୃଷ
କର୍ମ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିବେ ।ଶତୃମାନେ ପରାଜୟ ହେବେ ।ମହିଳାମାନେ ନିଜ ପରିବାରରେ ଆଦରଣିୟ ହେବେ ।ଶରୀର ସୁସ୍ଥ ରହିବ ।

ମିଥୁନ
ଜଗିରଖି ଚଳନ୍ତୁ ସାମାନ୍ୟ କଥାକୁ କେନ୍ଦ୍ର କରି ମିତ୍ରମାନଙ୍କ ସହିତ ଯୁକ୍ତିତର୍କ ହୋଇପାରେ । ନିର୍ମାଣଧୀନ କାର୍ଯ୍ଯରେ ବାଧା ବିଘ୍ନ ସୃଷ୍ଟି ହେବ ।ଶାରୀରିକ ପୀଡା ଦେଖା ଦେଇପାରେ ।

କର୍କଟ
ସନ୍ତାନ ସନ୍ତତିମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ ।ବିଚାରଧୀନ ମାଲିମକଦମାରେ ବିଜୟୀ ହେବେ ।ସ୍ଵାଦିଷ୍ଟ ଭୋଜନ ମିଳିବ । ଅର୍ଥାଗମ ହେବ । ବ୍ଯବସାୟରେ ଆଶାନୁରୂପ ଲାଭବାନ ହେବେ ।

ସିଂହ
ଦାମ୍ପତ୍ୟ ଜୀବନ ସୁଖମୟ ହେବ ।ଶତୃମାନେ ପରାଜିତ ହେବେ ।ଆଶା କରୁଥିବା ଦିଗରୁ ସଫଳତା ମିଳିବ । ଅର୍ଥ ପ୍ରାପ୍ତିର ସୁଯୋଗ ରହିଛି ।କ୍ରମକ୍ଷେତ୍ରରେ ନୂତନ ପଦପଦବୀ ପାଇବାକୁ ଯୋଗ୍ୟ ବିବେଚିତ ହେବେ ।

କନ୍ୟା
ପ୍ରତେକଟି କାର୍ଯ୍ୟରେ ସିଦ୍ଧି ଲାଭ କରିବେ ।ଶତୃମାନେ ପରାଜିତ ହେବେ ।ଯଶ ଗୌରବ ବୃଦ୍ଧି ପାଇବ ।ଛାତ୍ରଛାତ୍ରୀମାନେ ବିଦ୍ଯାରେ କ୍ଷେତ୍ରରେ ସଫଳତା ପାଇବେ ।

ତୁଳା
ହଠାତ୍ ଶରୀର ଅସୁସ୍ଥ ହୋଇଯାଇପାରେ ତେଣୁ ଖାଦ୍ୟ ପାନୀୟ ପ୍ରତି ଧ୍ୟାନ ଦିଅନ୍ତୁ ।ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ଦେଖା ଦେଇପାରେ ।ବୃଥା ଭ୍ରମଣ ଜନିତ କ୍ଳାନ୍ତି ଅନୁଭବ କରିବେ ।

ବିଛା
ସାମାଜିକ ସ୍ତରରେ ଲୋକ ସମ୍ପର୍କ ବୃଦ୍ଧି ପାଇବ । କଳା ସାହିତ୍ୟ ସଙ୍ଗୀତ ଅଭିନୟ କ୍ଷେତ୍ରରେ ସଫଳତା ମିଳିବ ।ପରିବହନ ଜାତୀୟ ବ୍ଯବସାୟରେ ଯଥେଷ୍ଟ ଲାଭବାନ ହେବେ ।

ଧନୁ
ଉତ୍ତମ ବ୍ଯବହାର ଓ ମଧୁର ବଚନ କହି ସମସ୍ତଙ୍କ ପ୍ରିୟ ପାତ୍ର ହେବେ । ମହିଳାମାନେ ଜଗିରଖି ଚଳନ୍ତୁ ଶରୀରରେ ଆଘାତ ଲାଗିବାର ସମ୍ଭାବନା ରହିଛି ।କୌଣସି ନୂତନ ଦର୍ଶନୀୟ ସ୍ଥାନ ଭ୍ରମଣର ସୁଯୋଗ ରହିଛି ।

ମକର
ପୁରାତନ ବନ୍ଧୁ ସହିତ ସାକ୍ଷାତ ହେବ ଯାହାଫଳରେ ମନ ଖୁସି ରହିବ ।ନିଜ ଜୀବନ ସାଥୀର ସାହାଯ୍ୟ ପାଇ ଲକ୍ଷ୍ୟ ସ୍ଥଳରେ ପହଞ୍ଚିବେ ।ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷା ନିମନ୍ତେ ବିଦେଶ ଯାତ୍ରା କରିବେ ।

କୁମ୍ଭ
ଅର୍ଥ ହାନୀ କାର୍ଯ୍ୟରେ ବ୍ୟାଘାତ ମନକୁ ଭାରାକ୍ରାନ୍ତ କରାଇବ ।ଯାନବାହନ ଚାଳନାରେ ସର୍ତକତା ଅବଲମ୍ବନ କରନ୍ତୁ କାରଣ ଆକସ୍ମିକ ଦୁର୍ଘଟଣା ଦେଖା ଦେଇପାରେ ।ମହିଳାମାନେ ବିନା ଦୋଷରେ ଦୋଷି ସାବ୍ଯସ୍ତ ହେବେ ତେଣୁ ଜଗି ରଖି ଚଳନ୍ତୁ ।

ମୀନ
ଗୁରୁଜନ ମାନଙ୍କ ସ୍ନେହ ଆଶୀର୍ବାଦ ଲାଭ କରିବେ ।ଅନେକ ଦିନରୁ ଅଟକି ରହିଥିବା କାର୍ଯ୍ଯକୁ ସମ୍ପୁର୍ଣ୍ଣ କରିବେ ।ଜମିଜମା ଜାତୀୟ ବ୍ଯବସାୟରେ ଲାଭବାନ ହେବେ ।ଶତୃମାନେ ପରାଜିତ ହେବେ ।

ଜ୍ଯୋତିର୍ବିଦ୍ ନିରଞ୍ଜନ ମହାପାତ୍ର ମୋବାଇଲ ନମ୍ବର: ୯୪୩୭୨୨୫୪୩୪

Leave A Reply

Your email address will not be published.