Latest Odisha News

BREAKING NEWS

ଦିନକରେ ରାଜ୍ୟରୁ ୧୮୩ କରୋନା ପଜିଟିଭ୍ ଚିହ୍ନଟ, ୧ ମୃତ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୮୩ ନୂଆ ଆକ୍ରାନ୍ତ । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।

 

ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୦୬ ଜଣ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୭୭ଟି । ଆଜି ୨୩ ଜିଲ୍ଲା ଓ ଷ୍ଟେଟପୁଲରୁ ଏହି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

 

ସେହିପରି କରୋନା ସଂକ୍ରମଣରେ ଆଜି ଭୁବନେଶ୍ୱରରୁ ଜଣେ ୫୨ ବର୍ଷୀୟ ପୁରୁଷ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ମଧୁମେହ, ଉଚ୍ଚ ରକ୍ତଚାପ, କିଡନୀ ଜନିତ ସମସ୍ୟା ଭଳି ରୋଗରେ ପିଡୀତ ଥିଲେ।

 

ସୂଚନାଯୋଗ୍ୟ, ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୩ ହଜାର ୩୧୦କୁ ବୃଦ୍ଧି ପାଇଛି । ଏବେ ରାଜ୍ୟରେ ୨ ହଜାର ୦୩୯ଟି କରୋନା ଆକ୍ଟିଭ୍ କେସ୍ ରହିଥିବା ବେଳେ ମୋଟ୍ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୯ ହଜାର ୩୧୮ ଆକ୍ରାନ୍ତ ।

Leave A Reply

Your email address will not be published.