Latest Odisha News

BREAKING NEWS

ରାଜ୍ୟରେ କମୁଛି ସଂକ୍ରମଣ, ଚିହ୍ନଟ ହେଲେ ଆଉ 157 କୋଭିଡ ସଂକ୍ରମିତ

ଭୁବନେଶ୍ବର : ରାଜ୍ୟରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଛି । ଗତ ୨୪ ଘଣ୍ଟାରେ ୧୫୭ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରୁ ୯୩ ଜଣ କ୍ବାରେଣ୍ଟାଇନରେ ରହିଥିବା ବେଳେ ୬୪ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । 

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୩ ହଜାର ୭୨୩ରେ ପହଁଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

Leave A Reply

Your email address will not be published.