Latest Odisha News

BREAKING NEWS

ମୟୂରଭଞ୍ଜ ସାରସକଣା ଦୁର୍ଘଟଣା ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଗଭୀର ଶୋକ, ଦୁଇ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା

ମୟୂରଭଞ୍ଜ:ମୟୂରଭଞ୍ଜ ସାରସକଣା ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା । ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଗଭୀର ଶୋକ ପ୍ରକାଶ କରିଛନ୍ତି । 

ମୟୁରଭଞ୍ଜ ଜିଲ୍ଲାର ସାରସକଣା ଠାରେ ଘଟିଥିବା ମର୍ମନ୍ତୁଦ ଦୁର୍ଘଟଣାରେ ପାଞ୍ଚ ଜଣଙ୍କର ମୃତ୍ୟୁ ଘଟିଥିଲା । ସେମାନଙ୍କ ମଧ୍ୟରୁ ୪ ଜଣ ହେଉଛନ୍ତି ଓଡିଶାର ଅଧିବାସୀ ଏବଂ ଆଉ ଜଣେ ହେଉଛନ୍ତି ଝାଡଖଣ୍ଡର ଅଧିବାସୀ । ମୃତକଙ୍କ ପରିବାର ଲୋକଙ୍କୁ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ।

Leave A Reply

Your email address will not be published.