Latest Odisha News

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା, ୧୧ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆନ୍ଧ୍ରପ୍ରଦେଶ ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ବର୍ତ୍ତମାନ ଉତ୍ତର ଦିଗରେ ଅବସ୍ଥିତ ରହିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍ ୨୦ ତାରିଖ ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ନୂଆପଡା, କଳାହାଣ୍ଡି, ରାୟଗଡା, କନ୍ଧମାଳ, ଗଜପତି ଏବଂ ବଲାଙ୍ଗିର ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଥିବା ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ନୂଆପଡା, କଳାହାଣ୍ଡି, ରାୟଗଡା, କନ୍ଧମାଳ, ଗଜପତି, ବଲାଙ୍ଗିର, ଗଞ୍ଜାମ ଏବଂ ସୋନପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହଛି । ଏଥିପାଇଁ ଏହି ୧୧ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।

ସେହିପରି ଆଗାମୀ ୨୪ ଘଣ୍ଟା ପାଇଁ ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ସନ୍ଧ୍ୟା ବେଳକୁ ଆକାଶ ଆଂଶିକ ମେଘାଚ୍ଛନ୍ନ ହେବାର ସମ୍ଭାବନା ରହିଛି ଏବଂ ବଜ୍ରପାତ ସହ ସାମାନ୍ୟ ବର୍ଷା ମଧ୍ୟ ହୋଇପାରେ ବୋଲି ପାଣିପାଗ ବିଭାଗ କହିଛି ।

 

Leave A Reply

Your email address will not be published.