ଭୁବନେଶ୍ବର : ମହାରାଷ୍ଟ୍ରରେ କୋଭିଡ୍ ସଂକ୍ରମଣ ବଢିବା ଏବଂ ଲକଡାଉନ୍ ଭଳି ସ୍ଥିତି ଉପୁଜିବା ପରେ ଏବେ ଓଡ଼ିଶାରେ ସତର୍କ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଏ ନେଇ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ସବୁ ଜିଲ୍ଲାପାଳ, ମହାନଗର ନିଗମ ଓ ପୋଲିସ ବିଭାଗକୁ ଚିଠି ଲେଖି ସତର୍କ କରାଇଛନ୍ତି ।
ଅତିରିକ୍ତ ମୁଖ୍ୟ ଶାସନ ସଚିବ କହିଛନ୍ତି ଯେ, ମହାରାଷ୍ଟ୍ର ସମେତ କିଛି ରାଜ୍ୟରେ କରୋନା ସଂକ୍ରମଣ ବଢ଼ିଥିବାରୁ ରାଜ୍ୟରେ ବି ଏହା ପୁଣି ଥରେ ବଢ଼ିପାରେ । ଏନେଇ ଆବଶ୍ୟକ ସତର୍କତାମୂଳକ ପଦକ୍ଷେପ ନିଆନଗଲେ, ରାଜ୍ୟରେ କରୋନା ସଂକ୍ରମଣ ପୁଣି ଥରେ ବଢ଼ିବାର ଆଶଙ୍କା ଦେଖାଦେଇପାରେ । ତେଣୁ ସଂକ୍ରମଣ ଯେପରି ନବ୍ୟାପେ, ସେଥିପାଇଁ କଡ଼ା ପଦକ୍ଷେପ ନେବାକୁ ହେବ । ଜନଗହଳି ସ୍ଥାନରେ କଟକଣା ଲଗାଯିବା ସହିତ ଟେଷ୍ଟିଂକୁ ଗୁରୁତ୍ବ ଦିଆଯିବ ।
ଏସବୁକୁ ଦୃଷ୍ଟିରେ ରଖି ଜିଲ୍ଲାରେ କୋଭିଡ୍ ନିୟମ ପାଳନ ପାଇଁ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ । ଜିଲ୍ଲା ସହ ପ୍ରମୁଖ ସହରରେ କୋଭିଡ୍ କଟକଣା କଡ଼ାକଡ଼ି ପାଳନ ନିଶ୍ଚିତ କରିବାକୁ କୁହାଯାଇଛି ।
Comments are closed.