Latest Odisha News

BREAKING NEWS

ରାଜ୍ୟରେ ଚିହ୍ନଟ ହେଲେ ଆଉ ୬୨କୋଭିଡ୍ ପଜିଟିଭ୍ 

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୬୭୬୭ରେ ପହଞ୍ଚିଛି । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୭ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୫ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୬୭୬୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୩୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୪୧୬୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୮୨୦୭୩୦୨ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.