ଶ୍ରୀନଗର:ଜମ୍ମୁ-କଶ୍ମୀରର ଅନନ୍ତନାଗ ଜିଲ୍ଲାରେ ଏନକାଉଣ୍ଟର । ସୁରକ୍ଷା ବାହିନୀ ସହ ଆଜି ହୋଇଥିବା ଏନକାଉଣ୍ଟରରେ ଦୁଇ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ଯେଉଁମାନଙ୍କ ପରିଚୟ ମିଳିପାରିିନାହିଁ।
ଅନନ୍ତନାଗ ଜିଲ୍ଲାରେ ଆତଙ୍କବାଦୀଙ୍କ ଉପସ୍ଥିତି ସମ୍ପର୍କରେ ସୂଚନା ପାଇବା ପରେ ସୁରକ୍ଷା ବାହିନୀ ଜିଲ୍ଲାର ଶ୍ରୀଗୁଫୱାରା ଅଞ୍ଚଳର ଶାଲଗୁଲ ଜଙ୍ଗଲରେ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା ବୋଲି ଜଣେ ପୁଲିସ ଅଧିକାରୀ କହିଛନ୍ତି ।
ସୁରକ୍ଷା ବାହିନୀର ସର୍ଚ୍ଚ ଅପରେସନ ଚାଲିଥିବା ବେଳେ ଆତଙ୍କବାଦୀ ସୁରକ୍ଷା ବାହିନୀ ଉପରକୁ ଗୁଳି ଚଳାଇଥିଲେ । ଏନକାଉଣ୍ଟରରେ ଏ ପର୍ଯ୍ୟନ୍ତ ଦୁଇ ଜଣ ଆତଙ୍କବାଦୀ ନିହତ ହୋଇଥିବା ନେଇ ବରିଷ୍ଠ ପୁଲିସ ଅଧିକାରୀ ସୂଚନା ଦେଇଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ, ନିହତ ଆତଙ୍କବାଦୀଙ୍କ ପରିଚୟ ଏବଂ ସେମାନେ କେଉଁ ଆତଙ୍କବାଦୀ ଗୋଷ୍ଠୀ ସହ ଜଡ଼ିତ ଥିଲେ ତାହା ଜଣାପଡିନାହିଁ ଏନେଇ ତଦନ୍ତ ଚାଲିଛି ।