Latest Odisha News

BREAKING NEWS

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ
ତା ୨୬-୨-୨୦୨୧ ଶୁକ୍ରବାର

ଆଜି ଦିନର ମହତ୍ତ୍ଵ
ଆଜି ୨୦୨୧ମସିହା ଫେବୃୟାରୀ ତା ୨୬ରିଖ ଶୁକ୍ରବାର କୁମ୍ଭ ୧୫ଦିନ ମାଘ ମାସ ଶୁକ୍ଳ ପକ୍ଷ ଚତୁର୍ଦ୍ଦଶୀ ଭୁକ୍ତ ପୂର୍ଣ୍ଣିମା ତିଥି ଅଶ୍ଳେଷା ନକ୍ଷତ୍ର କର୍କଟ ଚନ୍ଦ୍ର
ଆଜିର ଘାତ ବାର- ବିଛା ଧନୁ ଓ ମୀନ ରାଶିର
ଆଜିର ନିଷେଧ ଖାଦ୍ୟ-ବିରି ଦ୍ରବ୍ୟ ଓ ଆମିଷ
ଆଜି – ପୂର୍ଣ୍ଣିମାର ଚନ୍ଦ୍ର ପୂଜା,ଅଗ୍ନିଉତ୍ସବ

ମେଷ:
ଆଜି ମନରେ ଧାର୍ମିକ ଭାବନା ଉଦୟ ହେବ। ବିନା ସ୍ବାର୍ଥରେ ଅନ୍ୟର ସହାୟତା କରି ଖୁସି ଅନୁଭବ କରିବେ। କ୍ୟାରିୟର ଓ ଚାକିରିରେ ସଫଳତା ମିଳିବ। ବନ୍ଧୁଙ୍କ ସହିତ ରାତ୍ରି ଭୋଜନ ପାଇଁ ବାହାରକୁ ଯିବେ।

ବୃଷ:
ଆଜି ଆପଣଙ୍କ ପାଇଁ ଦିନଟି ଅନୁକୂଳ ରହିବ ସୁଖଦ ଓ ମଧୁର ବାତାବରଣ ରହିବ। ଘରେ ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରିପାରନ୍ତି। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଅଫିସ୍‌ର କୌଣସି କାମରେ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ମିଥୁନ:
ଆଜି ଆପଣଙ୍କ ମନରେ ବିଭିନ୍ନ ପ୍ରକାର ଚିନ୍ତା ଉତ୍ପନ୍ନ ହେବ। ପ୍ରତ୍ୟେକ କାମ ବିବେକର ସହ କରନ୍ତୁ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ପ୍ରେମ ସମ୍ବନ୍ଧୀୟ କୌଣସି ମନୋକାମନା ପୂରଣ ହେବ।

କର୍କଟ:
ଆଜି ଆପଣ କାର୍ଯ୍ୟ କରିବା ଲାଗି ଦିନଟି ଭଲ ରହିବ। ଅଚାନକ ଧନଲାଭ ହେବ। ସରକାରୀ ଚାକିରିଆଙ୍କୁ ଖୁସି ଖବର ମିଳିବ। ପାରିବାରିକ ସମ୍ବନ୍ଧ ମଜଭୁତ ହେବ। ପରୀକ୍ଷାରେ ସଫଳତା ମିଳିବାର ସମ୍ଭାବନା ରହିଛି।

ସିଂହ :
ଆଜି ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟରେ ମନପ୍ରାଣ ଢାଳି କାମ କରିବେ ଏବଂ ଯଥେଷ୍ଟ ଲାଭ ପାଇବେ। ଅଫିସରେ କୌଣସି ଖୁସି ଖବର ମିଳିବ।

କନ୍ୟା:
ଆଜି ଆପଣ କଷ୍ଟ ମନେ ହେଉଥିବା କାର୍ଯ୍ୟ ସହଜରେ କରିପାରିବେ। ଧାର୍ମିକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ପଡ଼ିପାରେ। ସାଧୁସନ୍ଥଙ୍କ ସହିତ ମିଶିବେ। କୌଣସି ଖୁସି ଖବର ଶୁଣିପାରନ୍ତି। ପ୍ରେମ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ମିଳିବ।

ତୁଳା :
ଆଜି ଆପଣ ଅଫିସ କାମରେ ବ୍ୟସ୍ତ ରହିବେ। କୌଣସି ଅଜଣା ବ୍ୟକ୍ତିଙ୍କ ସହିତ ସ˚ପର୍କ ଗଢ଼ିବେ ଯେଉଁଥିରୁ ଭବିଷ୍ୟତରେ ଲାଭ ମିଳିବ। ଅଫିସରେ ବାତାବରଣ ଅନୁକୂଳ ରହିବ। ଆଇନକାନୁନ ମାମଲା ସହଜରେ ସମାଧାନ ହୋଇଯିବ।

ବିଛା:
ଆଜି ଆପଣଙ୍କୁ ସଫଳତା ମିଳିବା ହେତୁ ମନ ପ୍ରସନ୍ନ ରହିବ।ଧନପ୍ରାପ୍ତିର ଯୋଗ ରହିଛି। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ। ସାଂସାରିକ ଜୀବନରେ ସୁଖ ଶାନ୍ତି ମିଳିବ।

ଧନୁ:
ଆଜି ଆପଣ ନିଜକୁ ଖୁବ୍‌ ଆତ୍ମନିର୍ଭରଶୀଳ ଅନୁଭବ କରିବେ। ବ୍ୟବସାୟ ପାଇଁ ନୂତନ ଚୁକ୍ତି ପତ୍ର ସ୍ବାକ୍ଷରିତ କରିପାରନ୍ତି ‌। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ସମ୍ମାନ ମିଳିବ। ଅଚାନକ ଧନପ୍ରାପ୍ତି ହେବ।

ମକର:
ଆଜି ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ; ଆପଣଙ୍କୁ ସଫଳତା ମିଳିବ। ସମାଜରେ ଆପଣଙ୍କର ମାନସମ୍ମାନ ବଢ଼ିବ। ମିତ୍ରଙ୍କ ସହିତ ସମ୍ବନ୍ଧ ପୂର୍ବ ଅପେକ୍ଷା ବଢ଼ିଆ ହେବ। ଛାତ୍ର ଛାତ୍ରୀମାନେ ପାଠ ପଢା ବ୍ୟତୀତ ସବୁପ୍ରକାର ସାହାଯ୍ୟ ସହଯୋଗ ପାଇବେ।

କୁମ୍ଭ:
ଆଜି ସାମାଜିକ କାର୍ଯ୍ୟକ୍ରମରେ ଭାଗ ନେବାର ସୁଯୋଗ ପାଇବେ। ପ୍ରତିଷ୍ଠିତ ଲୋକଙ୍କ ସହିତ ସମ୍ପର୍କ ସ୍ଥାପନ ହେବ। ଅଫିସରେ ଉଚ୍ଚ ଅଧିକାରୀଙ୍କ ସହ ସମ୍ପର୍କ ସୁଦୃଢ ହେବ । ପିଲା ଓ ପରିବାର ସହିତ ହସଖୁସି‌ରେ ସମୟ କଟିବ।

ମୀନ:
ଆଜି ଦିନଟି ଆପଣଙ୍କ ପାଇଁ ଖୁବ୍‌ ଭଲ ରହିବ। କର୍ମକ୍ଷେତ୍ରରେ ଆପଣଙ୍କର କାର୍ଯ ପ୍ରଶଂସନୀୟ ହେବ। ବ୍ୟବସାୟ ବାଣିଜ୍ୟରେ ଆୟ ବୃଦ୍ଧି ଘଟିବ। ମହିଳାମାନେ ଗୃହ ସାଜସଜ୍ଜା ପ୍ରତି ଯତ୍ନଶୀଳା ହେବେ ‌।

ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର

Leave A Reply

Your email address will not be published.