ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ଆଜି ଯେ ଦିଲ୍ଲୀ ଏମ୍ସରେ କୋଭିଡ-୧୯ ଟିକା ଗ୍ରହଣ କରିଛନ୍ତି। ଏ ସଂପର୍କରେ ସେ ନିଜେ ଟ୍ୱିଟ୍ କରି ଜଣାଇଛନ୍ତି।
ଟିକା ନେବା ପରେ ସେ ସମସ୍ତ ଡାକ୍ତର ଏବଂ ବୈଜ୍ଞାନିକମାନଙ୍କୁ ଧନ୍ୟବାଦ ଦେଇଛନ୍ତି। ବୈଜ୍ଞାନିକ ଏବଂ ଡାକ୍ତରଙ୍କ ଉଦ୍ୟମ ଯୋଗୁଁ ଭାରତ ଆଜି କୋଭିଡ ବିରୋଧରେ ଭଲ ଭାବେ ଲଢ଼େଇ କରିପାରୁଛି ବୋଲି ମୋଦି କହିଛନ୍ତି।
କରୋନାଭାଇରସ୍ ଟିକା ନେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସମସ୍ତ ଯୋଗ୍ୟ ବ୍ୟକ୍ତିଙ୍କୁ ଟିକା ନେବାକୁ ପ୍ରଧାନମନ୍ତ୍ରୀ ଅନୁରୋଧ କରିଛନ୍ତି। ଟିକା ନେଇ ଭାରତକୁ କୋଭିଡ୍ ମୁକ୍ତ କରିବାକୁ ସେ ଆହ୍ୱାନ କରିଛନ୍ତି।
ମୋଦୀ ଟୁଇଟ୍ କରି କହିଛନ୍ତି ଯେ “ଏକତ୍ର, ଆସନ୍ତୁ ଭାରତକୁ କରୋନା ମୁକ୍ତ କରିବା!”
Comments are closed.