ଆଜିର ରାଶିଫଳ
ତା ୩-୩-୨୦୨୧ ବୁଧବାର
ଆଜି ଦିନର ମହତ୍ତ୍ଵ
ଆଜି ୨୦୨୧ ମସିହା ମାର୍ଚ୍ଚ ମାସ ତା ୩ ରିଖ ବୁଧବାର କୁମ୍ଭ ୨୦ ଦିନ ଫାଲଗୁନ ମାସ କୃଷ୍ଣପକ୍ଷ ପଞ୍ଚମୀ ତିଥିସ୍ବାତୀ ନକ୍ଷତ୍ର ତୁଳା ଚନ୍ଦ୍ର
ଆଜିର ଘାତ ବାର- କର୍କଟ ରାଶିର
ଆଜିର ନିଷେଧ ଖାଦ୍ୟ- ବେଲ
ମେଷ-
ଆଜି ଆପଣଙ୍କ ପାଇଁ ଦିନଟି ଶୁଭ ପ୍ରଦ ହେବ ।ଶାରୀରିକ ମାନସିକ ଅଭିବୃଦ୍ଧି ଘଟିବ।ବ୍ୟବସାୟରେ ଲାଭ ମିଳିବ । ମହିଳା ଓ ଛାତ୍ରଛାତ୍ରୀମାନଙ୍କୁ ମାନସୀକ ଶାନ୍ତି ମିଳିବ।
ବୃଷ–
ଆଜି ଦିନଟି କର୍ମକ୍ଷେତ୍ରରେ ଅଧସ୍ତନ କର୍ମଚାରିଙ୍କର ସମ୍ପୂର୍ଣ୍ଣ ସହଯୋଗ ମିଳିବ । ସାଂସାରିକ ଜୀବନ ସୁଖମୟ ହେବ । ସ୍ୱାସ୍ଥ୍ୟ ଜନିତ ସମସ୍ୟା ଓ ଅଯଥା ବ୍ୟୟ ଦୁର ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ବିଦ୍ୟାରେ କୃତକାର୍ଯ୍ୟ ହେବେ ।
ମିଥୁନ-
ଆଜି ଆପଣ ବ୍ୟବସାୟରେ ଲାଭବାନ ହେବେ । ପାରିବାରିକ ଶାନ୍ତି ମିଳିବ । କର୍ମ କ୍ଷେତ୍ରରେ ନୂତନ ସୁଯୋଗ ସୃଷ୍ଟି ହୋଇପାରେ । ମହିଳା ଓ ଛାତ୍ରଛାତ୍ରୀମାନେ ଦିନଟି ଉତ୍ସାହରେ ଅତିବାହିତ କରିବେ ।
କର୍କଟ–
ଆଜିି ସନ୍ତାନ ମାନଙ୍କୁ ନେଇ ଗର୍ବ ଅନୁଭବ କରିବେ, ନୂତନ ବସ୍ତ୍ର ଆଭୂଷଣ ପ୍ରାପ୍ତିର ଯୋଗ ରହିଛି ।ଆର୍ଥିକ ଉନ୍ନତି ବହୁ ବୃଦ୍ଧି ପାଇବ । ମହିଳା ଓ ଛାତ୍ରୀମାନେ କୌଣସି ଦିଗରୁ ପୁରଷ୍କୃତ ହେବେ ।
ସିଂହ–
ଆଜିି ସମାଜିକ ସ୍ତରରେ ମାନ ସମ୍ମାନ ବୃଦ୍ଧି ପାଇବ । ଧନ ସଂଚୟ ପାଇଁ ଦିନଟି ଅନୁକୂଳ ରହିବ। କର୍ମ କ୍ଷେତ୍ରରେ ସମସ୍ୟାର ସମାଧାନ ହୋଇପାରିବ । ମହିଳା ଓ ଛାତ୍ରମାନେ କର୍ମ ନିପୂଣ ହେବେ ।
କନ୍ୟା–
ଆଜି ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ।, ସାଂସାରିକ ଜୀବନକୁ ନେଇ ଚିନ୍ତିତ ରହିବେ।ରାଜନୈତିକ କ୍ଷେତ୍ରରେ ଥିଲେ ଜନ କଲ୍ୟାଣ କାର୍ଯ୍ୟରେ ବ୍ୟସ୍ତ ରହିବେ। ମହିଳାମାନେ ହସ ଖୁସିରେ ଦିନଟି ଅତିବାହିତ କରିବେ ।
ତୁଳା–
ଆଜି କର୍ମକ୍ଷେତ୍ରରେ ସତର୍କତା ଅବଲମ୍ବନ କରନ୍ତୁ ନହେଲେ କିଛି କ୍ଷତି ସହିବାକୁ ପଡିପାରେ । ବହୁଦିନରୁ ଲାଗି ରହିଥିବା ମାଲିମକଦ୍ଦମାର ସମାଧାନ ହୋଇ ପାରେ। କୃଷି କ୍ଷେତ୍ରରେ ଉନ୍ନତି କରିବେ। ବ୍ୟବସାୟ ବାଣିଜ୍ୟରେ ଲାଭବାନ ହେବେ।
ବିଛା–
ଆଜି ଦିନଟି ବିଳାସ ବ୍ୟସନରେ ଅତିବାହିତ କରିବେ। ଆର୍ଥିକ ଅଭିବୃଦ୍ଧିବୃଦ୍ଧି ଘଟିବ । କର୍ମ କ୍ଷେତ୍ରରେ ପଦୋନ୍ନତି ପାଇବେ। ସାହିତ୍ୟ ସଙ୍ଗୀତ ଅଭିନୟ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ମିଳିବ।
ଧନୁ–
ଆଜି ଦିନଟି ସୁଖ ଓ ଶାନ୍ତିରେ ଅତିବାହିତ ହେବ । କର୍ମ କ୍ଷେତ୍ରରେ ସାହାଯ୍ୟ ସହଯୋଗ ମିଳିବ । ମହିଳା ଓ ଛାତ୍ରଛାତ୍ରୀମାନେ ଆନନ୍ଦ ଉଲ୍ଲାସରେ ଦିନଟି କାଟିବେ ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ ।
ମକର–
ଆଜି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ । ଚିନ୍ତା ଯୋଗୁଁ ରକ୍ତଚାପ ବୃଦ୍ଧି ପାଇପାରେ।ବ୍ୟବସାୟରେ ଲାଭ କମ ହେବ । ଆୟ ତୁଳନାରେ ବ୍ଯୟ ଅଧିକ ହୋଇଯିବ। ଗୁପ୍ତ ଶତୃମାନେ ପରାଜିତ ହେବେ।
କୁମ୍ଭ–
ଆଜି କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ।ମହିଳାମାନେ ପାରିବାରିକ ପରିବେଶରେ ନିଜର ସ୍ଥିତି ସୁଦୃଢ କରିବେ । ବିଦ୍ୟାର୍ଥିମାନେ ପଢାପଢିରେ ଏକାଗ୍ରତା ରଖି କୃତକାର୍ଯ୍ୟ ହେବେ।
ମୀନ–
ଆଜି ଦେହ ମନ ଭଲ ରହିବ, ଉଚ୍ଚସ୍ତରୀୟ ବ୍ୟକ୍ତିଙ୍କ ସାନିଧ୍ୟ ଲାଭ କରିବେ । କର୍ମ କ୍ଷେତ୍ରରେ ସମସ୍ତ ଦିଗରୁ ସହଯୋଗର ହାତ ବଢିବ । ମହିଳାମାନେ ନିଜକୁ ଗୃହ କାର୍ଯ୍ୟରେ ନିମଗ୍ନ ରହିବେ। ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳତା ହାସଲ କରିବେ ।
ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର
Comments are closed.