Latest Odisha News

BREAKING NEWS

ରାଜ୍ୟରେ ଚିହ୍ନଟ ହେଲେ ୯୭ ନୂଆ କରୋନା ଆକ୍ରାନ୍ତ, ୯ ଫେବୃଆରୀ ପରେ ଗୋଟିଏ ଦିନରେ ସର୍ବାଧିକ ପଜିଟିଭ ସୂଚନା 

ଭୁବନେଶ୍ବର: କରୋନା ମହାମାରୀର ନୂଆ ଷ୍ଟ୍ରେନ୍ ଚିନ୍ତା ବଢ଼ାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୯୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୭୪୪୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୮ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୩୯ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩ ଲକ୍ଷ ୩୭ ହଜାର ୪୪୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୭୭୫ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩ ଲକ୍ଷ ୩୪ ହଜାର ୭୦୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୮୩ ଲକ୍ଷ ୮୩ ହଜାର ୧୯୨ ସାମ୍ପୁଲ ଟେଷ୍ଟ୍ ହୋଇଛି । 

Leave A Reply

Your email address will not be published.