Latest Odisha News

BREAKING NEWS

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ
ତା୫-୩-୨୦୨୧ ଶୁକ୍ରବାର

ଆଜି ଦିନର ମହତ୍ତ୍ଵ
ଆଜି ୨୦୨୧ ମସିହା ମାର୍ଚ୍ଚ ତା୫ ରିଖ ଶୁକ୍ରବାର କୁମ୍ଭ ୨୨ଦିନ ଫାଲଗୁନ ମାସ କୃଷ୍ଣପକ୍ଷ ସପ୍ତମୀ ତିଥି ଅନୁରାଧା ନକ୍ଷତ୍ର ବିଛା ଚନ୍ଦ୍ର
ଆଜିର ଘାତ ବାର- ବିଛା ଧନୁ ଓ ମୀନ ରାଶିର
ଆଜିର ଘାତ ଚନ୍ଦ୍ର- ସିଂହ କନ୍ୟା ଓ ମକର ରାଶି ମହିଳାଙ୍କର
ଆଜିର ନିଷେଧ ଖାଦ୍ୟ- ତାଳ
ଆଜି -ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ

ମେଷ:-
ଆଜି ସାଧାରଣ କଥାକୁ ବଡ଼ କରି ନିକଟସ୍ଥ କେହି ଜଣେ ବ୍ୟକ୍ତି କଳହ ସୃଷ୍ଟି କରିପାରେ।ଦାମ୍ପତ୍ୟ ଜୀବନରେ ମନାନ୍ତର ମତାନ୍ତର ଦେଖାଦେଇପାରେ ।ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ । ସରକାରୀ ସ୍ତରରୁ ହଠାତ୍‌ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ।

ବୃଷ:-
ଆଜି ଆପଣଙ୍କ କଥାବାର୍ତ୍ତା ଓ ବ୍ୟବହାର ଅନ୍ୟମାନଙ୍କ ଆକୃଷ୍ଟ କରିବ। ବିଭିନ୍ନ ପ୍ରକାର ଧନ୍ଦା କରିବା ସକାଶେ ବନ୍ଧୁମାନେ ପ୍ରୋତ୍ସାହିତ କରିପାରନ୍ତି। ନିକଟସ୍ଥ ଜଣାଶୁଣା ବ୍ୟକ୍ତି ମାନଙ୍କ ଦ୍ୱାରା କାର୍ଯ୍ୟ ସାଧନ କରିବେ। ମହିଳାମାନେ ସମ୍ମାନିତ ହେବେ।

ମିଥୁନ:-
ଆଜି ଯେତେ ପ୍ରକାର ସୁବିଧା ସୁଯୋଗ ସୃଷ୍ଟି ହେଲେ ମଧ୍ୟ ଅନ୍ୟମାନେ ସନ୍ତୁଷ୍ଟ ହେବେ ନାହିଁ ବରଂ ଓଲଟି ନିନ୍ଦାଗାନ କରିବେ। ଘରେ ବନ୍ଧୁମିଳନ ଓ ନୂତନ ଅତିଥିଙ୍କ ଆଗମନ ଯୋଗୁ ହସଖୁସିର ସୁଅ ଛୁଟିବ। ମାଲିମକଦ୍ଦମା,ଜମିଜମା ସମସ୍ୟା, ଦୂର ହୋଇଯିବ।

କର୍କଟ:-
ଆଜି ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ଦୂରସ୍ଥାନକୁ ଯାତ୍ରା ନୂତନ କର୍ମନିଯୁକ୍ତି ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରେ । ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଭୂସମ୍ପତ୍ତିକୁ କେନ୍ଦ୍ରକରି ପରିବାର ସଦସ୍ୟଙ୍କ ମଧ୍ୟରେ କଳହ ଦେଖାଦେଇପାରେ ।

ସିଂହ:-
ଆଜି ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସାହାଯ୍ୟ, ସମର୍ଥନ ଲାଭ କରିବେ। ଆପଣ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍‌ ବୁଝିବେ। ବାରମ୍ବାର ଚେଷ୍ଟା ବିଫଳତା ଜନିତ ମନରେ ସବୁବେଳେ ଟେନ୍‌ସନ ଲାଗି ରହିବ। ଆକସ୍ମିକ ଆବଶ୍ୟକତା କାରଣରୁ ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ।

କନ୍ୟା:-
ଆଜି ବନ୍ଧୁଙ୍କ ସହ ମନାନ୍ତର କାରଣରୁ ମନ ଭାରାକ୍ରାନ୍ତ ରହିବ। କୌଣସି କାମରେ ମନ ଲାଗିବ ନାହିଁ।ଶିଳ୍ପ, ବାଣିଜ୍ୟକାରବାର କ୍ଷେତ୍ରରେ ବେଶ୍‌ ଖୁସୀ ରହିବେ। ରାଜନୀତି ଓ ସାଙ୍ଗଠନିକ କ୍ଷେତ୍ରରେ ବହୁତ ଜନକଲ୍ୟାଣ କାମ ହାତକୁ ନେଇ ପ୍ରଶଂସିତ ହେବେ ।

ତୁଳା:-
ଆଜି ବନ୍ଧୁ ଓ ପାରିବାରିକ ସମର୍ଥନରେ ଅସମ୍ଭବ କାର୍ଯ୍ୟକୁ ତ୍ବରାନ୍ବିତ କରି ଶେଷ ପର୍ଯ୍ୟାୟରେ ପହ଼଼ଞ୍ଚାଇବେ। ପାରିବାରିକ ଜୀବନରେ ସୁଖ ଶାନ୍ତି ମିଳିବ । ବିଳାସବ୍ୟସନ ଦ୍ରବ୍ୟକ୍ରୟ କରିବେ। ବିଦ୍ୟାର୍ଥିମାନେ ପଢାପଢିରେ ଏକାଗ୍ରତା ରଖି କୃତକାର୍ଯ୍ୟ ହେବେ।

ବିଛା:-
ଆଜି ବାଣିଜ୍ୟ, ବ୍ୟବସାୟ, ମାଲି ମକଦ୍ଦମାରେ ସଫଳତା ପାଇବେ। ନୂତନ ସମ୍ପର୍କ ସ୍ଥାପନ କ୍ଷେତ୍ରରେ କିଛିଟା ସାମୟିକ ସମସ୍ୟା ଦେଖାଦେଇପାରେ। କଳା, ପ୍ରଶାସନ ଓ ରାଜନୈତିକ କ୍ଷେତ୍ରରେ ସ୍ଥିତିକୁ ସୁଦୃଢ଼ ରଖିବାରେ ସମର୍ଥ ହେବେ।

ଧନୁ:-
ଆଜି ବନ୍ଧୁଙ୍କ ସହ ଦୂର ଯାତ୍ରା କରିପାରନ୍ତି। ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ଦେଖାଦେବ। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ମିଳିବ। ଅଫିସ୍‌ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି।

ମକର:-
ଆଜି ଦିନଟି ଆପଣଙ୍କ ପାଇଁ ବହୁ ଶୁଭଦାୟକ ରହିବ।ଯେକୌଣସି କାମ କରିବେ ସେଥିରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ପ୍ରଶଂସିତ ହେବେ ‌। ମାଲିମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।

କୁମ୍ଭ:-
ଆଜି ଅର୍ଥ, ମାନ ସମ୍ମାନ ଓ ପ୍ରତିଷ୍ଠା ମିଳିବ ।ବିଳାସବ୍ୟସନରେ ଦିନଟି କାଟିବେ। ବହୁ ଦିନର ବକେୟା ପ୍ରାପ୍ୟ ମିଳିବ। ମାଙ୍ଗଳିକ କାମରେ ଯୋଗଦାନ କରିବେ‌। ମହିଳାମାନେ ଘରେ ବାହାରେ ସବୁଠି  ପ୍ରଶଂସନୀୟା ହେବେ।

ମୀନ:-
ଆଜି ମନ ଖୁସି ରହିଲେ ମଧ୍ୟ କାର୍ଯ୍ୟବ୍ୟସ୍ତତା ଅନୁଭବ କରିବେ । କର୍ମ କ୍ଷେତ୍ରରେ ପଦୋନ୍ନତି ମିଳିବାର ଯଥେଷ୍ଟ ସମ୍ଭାବନା ରହିଛି। କ୍ରୀଡ଼ା, କଳା କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିପାରିବେ। ବିଭିନ୍ନ ପ୍ରକାର କୌଶଳ ଅବଲମ୍ବନକରି ଲକ୍ଷ୍ୟପୂରଣରେ ସମର୍ଥ ହେବେ।

 ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର

Leave A Reply

Your email address will not be published.