Latest Odisha News

BREAKING NEWS

ବିଜୁବାବୁଙ୍କ ଆଦର୍ଶକୁ ଆପଣାଇ ଲୋକଙ୍କ ସେବା କରିବାକୁ ନବୀନଙ୍କ ଆହ୍ୱାନ

ଭୁବନେଶ୍ୱର: ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଆଜି ଜୟନ୍ତୀ । ଏହି ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜେଡି କାର୍ଯ୍ୟାଳୟରେ ଆୟୋଜିତ ସମାରୋହକୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାର ଅତୀତ ଗୌରବକୁ ଫେରାଇ ଆଣିବା ଏବଂ ଓଡିଶାକୁ ବିକାଶର ଶିଖରରେ ପହଞ୍ଚାଇବା ଥିଲା ବିଜୁବାବୁଙ୍କ ଜୀବନର ଲକ୍ଷ୍ୟ । ସେବା ଓ ସ୍ଵାଭିମାନ ଥିଲା ତାଙ୍କ ଆଦର୍ଶ ।  ଏହି ଆଦର୍ଶରେ ବିଜେଡିର ଲକ୍ଷ ଲକ୍ଷ କର୍ମୀ କାମ କରି ଚାଲିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି, ବିଜୁ ବାବୁଙ୍କ ନୀତି, ଆଦର୍ଶ ଓ ଚିନ୍ତାଧାରା ଆଜି ଆମର ପ୍ରତିଟି ପଦକ୍ଷେପରେ ପ୍ରତିଫଳିତ ହେଉଛି । ତଥାପି ଆମକୁ ଆହୁରି ଅନେକ ପଥ ଅତିକ୍ରମ କରିବାକୁ ଅଛି । ବିଜୁବାବୁଙ୍କ ଆଦର୍ଶକୁ ଆପଣାଇ ଲୋକଙ୍କ ସେବା କରିବାକୁ ଆହ୍ୱାନ ଦେଇଛନ୍ତି ନବୀନ ।

ବିଜୁବାବୁଙ୍କ ଜୟନ୍ତୀ ଅବସରରେ ସମସ୍ତେ ମିଳିମିଶି ତାଙ୍କ ଆଦର୍ଶରେ ଚାରି କୋଟି ଓଡିଶାବାସୀଙ୍କ ସେବା ପାଇଁ ପୁଣି ଥରେ ଶପଥ ନେବାକୁ କହିଛନ୍ତି ମୁଖ୍ୟମନ୍ତ୍ରୀ । ଓଡ଼ିଶାର ସ୍ୱାଭିମାନ ପାଇଁ ଲଢ଼େଇ ଜାରି ରଖିବା ପାଇଁ ବିଜୁ ଜୟନ୍ତୀରେ ନିଜ ଉଦବୋଧନରେ କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Leave A Reply

Your email address will not be published.