Latest Odisha News

BREAKING NEWS

ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି : ମିଶନ ଶକ୍ତି ସ୍ବତନ୍ତ୍ର ବିଭାଗ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ କରାଯାଇଛି । ଶକ୍ତି, କୃଷି, ସାମାଜିକ ସୁରକ୍ଷା, ଅବକାରୀ, ସାଧାରଣ ପ୍ରଶାସନ, ପଞ୍ଚାୟତିରାଜ ଓ ପାନୀୟ ଜଳ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ଏବଂ ଇସ୍ପାତ ଓ ଖଣି ବିଭାଗର ୧୬ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍ ଅନୁମୋଦନ କରିଛି ।

ମିଶନ୍ ଶକ୍ତି ରାଜ୍ୟ ସରକାରଙ୍କର ଏକ ନୂଆ ବିଭାଗ ହେବ । ରାଜ୍ୟ କ୍ୟାବିନେଟ୍ ବୈଠକରେ ଏହି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଏଥିସହ ରାଜ୍ୟରେ ୧୦ଟି ନୂଆ ମେଗା ଗ୍ରାମୀଣ ପାନୀୟ ଜଳଯୋଗାଣ ପ୍ରକଳ୍ପକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି । ଏସବୁ ପ୍ରକଳ୍ପ ଆଳି, ରାଜକନିକା, ଯାଜପୁର, ଚିଲିକା, ଟାଙ୍ଗି, ବାଣପୁର, ଖୋର୍ଦ୍ଧା, ଜଟଣୀ, ଗନ୍ଦିଆ, ଭୁବନ, ଗୋଲମିନ୍ଦା ଓ ବିଞ୍ଝାରପୁର ବ୍ଲକରେ ନିର୍ମାଣ କରାଯିବ ।

ସେହିପରି ସମ୍ବଲପୁର ଜିଲ୍ଲାର ୨୬ଟି ଗ୍ରାମ ପଂଚାୟତ ଓ ଝାରସୁଗୁଡ଼ା ଜିଲ୍ଲାର ୨ଟି ଗ୍ରାମ ପଞ୍ଚାୟତରେ ଗ୍ରାମୀଣ ପାଇପ ଜଳ ଯୋଗାଣ ପ୍ରକଳ୍ପକୁ ମଂଜୁରୀ ମିଳିଛି । ବାଲେଶ୍ବରର ରେମୁଣା ତହସିଲରେ ଏମ୍ସର ସାଟେଲାଇଟ କେନ୍ଦ୍ର ପାଇଁ ରାଜ୍ୟ ସରକାର ୨୫ ଏକର ଜମି ମଂଜୁର କରିଛନ୍ତି । ଏଥିସହ ରାଜ୍ୟ ବିହନ ନିଗମକୁ ୧୦୦ କୋଟି ଟଙ୍କାର କର୍ପସ ଫଣ୍ଡ ପ୍ରଦାନ କରିବା ପାଇଁ କ୍ୟାବିନେଟ ନିଷ୍ପତ୍ତି ନେଇଛି ।

Leave A Reply

Your email address will not be published.