Latest Odisha News

BREAKING NEWS

ରାଜ୍ୟରୁ ୫୭ ନୂଆ କରୋନା ସଂକ୍ରମିତ, ୧୭ ଜିଲ୍ଲାରେ ନୂଆ ଆକ୍ରାନ୍ତ ଶୂନ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ବଢୁଥିଲେ ବି ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ଶହେ ତଳେ ରହିଛି । ଗତ ୨୪ ଘଣ୍ଟାରେ ୧୩ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୫୭ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୩୪ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୨୩ଟି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨ ଜଣ ନୂଆ ସଂକ୍ରମିତ ବାହାରିଛନ୍ତି । ବାକି ୧୨ଟି ଜିଲ୍ଲାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଦୁଇ ଅଙ୍କରୁ କମ୍ ।

୧୭ ଜିଲ୍ଲାରେ ଆଜି କେହି ନୂଆ ସଂକ୍ରମିତ ହୋଇ ନାହାନ୍ତି । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୋଟ୍ ସଂଖ୍ୟା ୩ଲକ୍ଷ ୩୭ହଜାର ୮୬୦କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଛନ୍ତି ୩ଲକ୍ଷ ୩୫ହଜାର ୧୬୮ ସଂକ୍ରମିତ । ରାଜ୍ୟରେ ଏବେ ୭୨୨ଟି କରୋନା ଆକ୍ଟିଭ୍ କେସ୍ ରହିଛି । କରୋନା ମୁକ୍ତ ହୋଇଛି କୋରାପୁଟ ଜିଲ୍ଲା ।

Leave A Reply

Your email address will not be published.