Latest Odisha News

BREAKING NEWS

 ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ   ତା୨୫-୩-୨୦୨୧ ଗୁରୁବାର

ଆଜି ଦିନର ମହତ୍ତ୍ଵ
ଆଜି ୨୦୨୧ମସିହା ମାର୍ଚ୍ଚ ୨୫ ତାରିଖ ଗୁରୁବାର ମୀନ ୧୨ ଦିନ ଫାଲଗୁନ ମାସ ଶୁକ୍ଳ ପକ୍ଷ ଏକାଦଶୀ ତିଥି ଅଶ୍ଳେଷା ନକ୍ଷତ୍ର କର୍କଟ ଚନ୍ଦ୍ର
ଆଜିର ଘାତ ବାର- ତୁଳା, କୁମ୍ଭ ରାଶିର
ଆଜିର ନିଷେଧ ଖାଦ୍ୟ-ଶିମ୍ବ ଓ ପୋଇ
ଆଜି ପାପ ନାଶିନୀ ସର୍ବ ସମ୍ମତ ଏକାଦଶୀ

ମେଷ
ଆଜି ଆପଣଙ୍କ ସ୍ବାସ୍ଥ୍ୟ ଭଲରହିବ। ପୂଜାର୍ଚନା ପାଇଁ ଦିନଟି ଅନୁକୂଳ ରହିବ। ପୂର୍ବ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବଂ ସଫଳ ହେବେ। ମହିଳାମାନେ ଆଶା କରୁଥିବା ଦିଗରୁ ସଫଳତା ହାସଲ କରିବେ।

ବୃଷ
ଆଜି କର୍ମକ୍ଷେତ୍ରର ଉଚ୍ଚ କତୃପକ୍ଷଙ୍କ ଦ୍ଵାରା ପୁରସ୍କୃତ ହେବେ।ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଉତ୍ପନ୍ନ ହେବ।ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ପାରିବାରିକ ଜୀବନ ଶାନ୍ତିମୟ ହେବ।

ମିଥୁନ
ଆଜି ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ। ପାରିବାରିକ ଜୀବନରେ ମନାନ୍ତର ଯୋଗୁଁ ମନ ଭାରାକ୍ରାନ୍ତ ରହିବ ‌। ପଇସା ଯେମିତି ଆସିବ; ସେମିତି ଖର୍ଚ୍ଚ ହୋଇଯିବ। ଅଫିସ୍‌ରେ ମହତ୍ତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ସାକ୍ଷାତ ହେବ। ଖାଦ୍ୟ ପାନୀୟ ପ୍ରତି ସଜାଗ ରହନ୍ତୁ।

କର୍କଟ
ଆଜି ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ ରହିବ। ଆପଣଙ୍କ ଜୀବନରେ କିଛି ନୂଆ ପରିବର୍ତ୍ତନ ଆସିବ। ବିଦେଶରେ ଚାକିରି ପାଇଁ ପ୍ରୟାସ କରୁଥିବା ବ୍ୟକ୍ତିଙ୍କୁ ଶୁଭ ସ˚କେତ ମିଳିପାରେ। ହୋଟେଲ ଓ ଖୁଦ୍ର ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ହେବ।

ସିଂହ
ଆଜି ଦେହ ମନ ସୁସ୍ଥ ରହିବ ‌। ବକେୟା ପ୍ରାପ୍ୟ ହସ୍ତଗତ ହେବ। ସଫଳତାର ଶିଖର ଆଡ଼କୁ ଅଗ୍ରସର ହେବେ। ଆୟ ବୃଦ୍ଧି ହେବ। ବନ୍ଧୁବାନ୍ଧବଙ୍କ ସହିତ ଖୁସି ବାଣ୍ଟିବେ। ସ୍ବାଦିଷ୍ଠ ଭୋଜନ କରିବେ।

କନ୍ୟା
ଆଜି ନିଜର ମିଷ୍ଟ ବ୍ୟବହାରରେ ସବୁ କାମ କରିନେବେ। କର୍ମକ୍ଷେତ୍ରର ଆପଣଙ୍କୁ କୌଣସି ବଡ଼ ଦାୟିତ୍ବ ମିଳିବ। ନୂଆ ନୂଆ ଲୋକଙ୍କ ସହିତ ଯୋଗାଯୋଗ ହେବ। କଳାକାରମାନେ ଆଜି ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ ‌।

ତୁଳା
ଆଜି ସାମାଜିକ କାର୍ଯ୍ୟରେ ମହତ୍ତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଆପଣଙ୍କୁ କେହି ବନ୍ଧୁତାର ହାତ ବଢ଼ାଇବେ। ବିଦ୍ୟୁତ୍ ଓ ବଡ ବ୍ୟବସାୟୀମାନେ ନୂଆ ଡିଲ୍‌ କରିପାରନ୍ତି। ବାହନ କିଣିବା ଲାଗି ମନ ବଳିବ।

ବିଛା
ଆଜି କୌଣସି କାର୍ଯ୍ୟକୁ ନୂଆ କରି ମୂଳରୁ ଆରମ୍ଭ କରିବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ଲାଭ ମିଳିବ। ଆଇନକାନୁନ ମାମଲାର ସହଜରେ ସମାଧାନ ହୋଇଯିବ। ପାରିବାରିକ ଓ ଦାମ୍ପତ୍ୟ ଜୀବନ ସୁଖମୟ ହେବ।

ଧନୁ
ଆଜି ଶାରୀରିକ ମାନସିକ ପାରିବାରିକ ଜୀବନରେ ସୁଖ ଶାନ୍ତି ମିଳିବ ‌।କୌଣସି କାମରୁ ଯଥେଷ୍ଟ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବା ଲାଗି ଅଗ୍ରସର ହେବେ। ସନ୍ଧ୍ୟାରେ ବନ୍ଧୁଙ୍କ ସହିତ ହସଖୁସିରେ ସମୟ କଟିବ।

ମକର
ଆଜି ପରିବାରରେ ଏକତା ଓ ପ୍ରେମ ବଢ଼ିବ। ସ୍ଥଗିତ ଥିବା କାମ ପୂରା କରିବାରେ ସହଯୋଗୀଙ୍କ ସହଯୋଗ ମିଳିବ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜଭୁତ ହେବ। ବନ୍ଧୁଙ୍କ ସହିତ ସମ୍ବନ୍ଧରେ ସୁଧାର ଆସିବ ।

କୁମ୍ଭ
ଆଜି ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ, ଆପଣଙ୍କୁ ସଫଳତା ମିଳିବ। ବିଦେଶରେ ବ୍ୟବସାୟ କରୁଥିବା ବ୍ୟକ୍ତିବିଶେଷ ଆଜି ବଡ଼ ଡିଲ୍‌ କରିବେ। ପଇସାକୁ ନେଇ କାହାରି ସହିତ ବିବାଦ ହୋଇପାରେ। ଦାମ୍ପତ୍ୟ ଜିବନରେ ସୁଖ ଶାନ୍ତି ମିଳିବ ।

ମୀନ
ଆଜି ଆଧ୍ଯାତ୍ମିକ କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ। ବିଭିନ୍ନ କ୍ଷେତ୍ରରେ ଜ୍ଞାନ ଅର୍ଜନ କରିବାକୁ ପ୍ରୟାସ କରିବେ। କଳା ସାହିତ୍ୟ କ୍ଷେତ୍ରରେ ଆଗକୁ ବଢ଼ିବେ। ଚାକିରି ସମ୍ବନ୍ଧୀୟ ଖୁସି ଖବର ମିଳିବ।

ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର

Leave A Reply

Your email address will not be published.