Latest Odisha News

ରାଜ୍ୟରେ ଆଉ ୭୩ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର : ରାଜ୍ୟରେ ଉପରମୁହାଁ କରୋନା ସଂକ୍ରମଣ । ଦିନକୁ ଦିନ ପଜିଟିଭ୍ ସଂଖ୍ୟା ବଢୁଥିବା ବେଳେ ଆଜି ରାଜ୍ୟରୁ ସୁସ୍ଥ ହୋଇଛନ୍ତି ଆଉ ୭୩ କରୋନା ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ।

ନୂଆପଡ଼ାରୁ ୧୫ ଜଣ ସୁସ୍ଥ ହୋଇଥିବା ବେଳେ, ବରଗଡ଼, ଖୋର୍ଦ୍ଧା ଓ ସୁନ୍ଦରଗଡ଼ରୁ ୭ ଜଣ ଲେଖାଏଁ, ବାଲେଶ୍ବରରୁ ୬ ଜଣ, କଟକ ଓ ଯାଜପୁରରୁ ୫ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି । ସେହିପରି ଢ଼େଙ୍କାନାଳ, ମୟୂରଭଞ୍ଜ ଓ ନବରଙ୍ଗପୁରରୁ ୩ ଜଣ ଲେଖାଏଁ, ଅନୁଗୁଳ, ଦେବଗଡ଼, ଜଗତସିଂହପୁର ଓ କେନ୍ଦ୍ରାପଡ଼ାରୁ ୨ ଜଣ ଲେଖାଏଁ, ଝାରସୁଗୁଡ଼ା, ରାୟଗଡ଼ାରୁ ଜଣେ ଲେଖାଏଁ ଓ ଷ୍ଟେଟ୍ ପୁଲରୁ ୨ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି । ଆଜିର ସଂଖ୍ୟାକୁ ମିଶାଇ ଏପର୍ଯ୍ୟନ୍ତ ରାଜ୍ୟରେ ସୁସ୍ଥ ହେଲେଣି ୩ ଲକ୍ଷ ୩୬ ହଜାର ୪୮୨ ଜଣ କରୋନା ଆକ୍ରାନ୍ତ ।

Leave A Reply

Your email address will not be published.