ଭୁବନଶ୍ୱର: ପିପିଲି ବ୍ୟାଟଲ୍ ଗ୍ରାଉଣ୍ଡ କମ୍ପିଲାଣି । ତ୍ରିମୁଖୀ ଲଢ଼େଇ ହେବ । ବିଜେପି ଓ ବିଜେଡି ପରେ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ । ବରିଷ୍ଠ ନେତା ଅଜିତ ମଙ୍ଗରାଜଙ୍କ ଉପରେ ପୁଣି ଭରସା କରିଛି ଦଳ । ପିପିଲି ଉପନିର୍ବାଚନ ପାଇଁ ତାଙ୍କ ନାଁରେ ମୋହର ମାରିଛନ୍ତି ହାଇକମାଣ୍ଡ । ୨୦୧୯ ସାଧାରଣ ନିର୍ବାଚନରେ ପିପିଲିରୁ ପ୍ରାର୍ଥୀ ହୋଇଥିଲେ ଅଜିତ ମଙ୍ଗରାଜ । ତାଙ୍କୁ ମିଳିଥିଲା ମାତ୍ର ୯ହଜାର ୮୩୦ ଖଣ୍ଡ ଭୋଟ୍ । ଏଥର ତାଙ୍କୁ ପୁଣି ଥରେ ଟିକେଟ ଦେଇଛି ଦଳ ।

ପିପିଲିରେ ଏଥର ଅଭିଜ୍ଞ ଓ ନବାଗତଙ୍କ ମଧ୍ୟରେ ଲଢ଼େଇ ହେବ । ବିଜେପିରୁ ଆଶ୍ରିତ ପଟ୍ଟନାୟକ ପ୍ରାର୍ଥୀ ହୋଇଥିବା ବେଳେ କଂଗ୍ରେସରୁ ଅଜିତ ମଙ୍ଗରାଜ । ଏମାନେ ପୂର୍ବରୁ ପ୍ରତ୍ୟକ୍ଷ ନିର୍ବାଚନରେ ଭାଗ୍ୟ ପରୀକ୍ଷା କରାଇଛନ୍ତି । ବିଜେଡି ଦିବଂଗତ ବିଧାୟକ ପ୍ରଦୀପ ମହାରଥୀଙ୍କ ପୁଅ ରୁଦ୍ର ପ୍ରତାପ ମହାରଥିଙ୍କୁ ଟିକେଟ ଦେଇଛି । ପିପିଲିରେ ରୁଦ୍ର-ଆଶ୍ରିତ-ଅଜିତଙ୍କ ମଧ୍ୟରେ ତ୍ରିମୁଖୀ ଲଢ଼େଇ ହେବ ।
BREAKING NEWS
- ପ୍ରଥମ ଟି୨୦: ଶ୍ରେୟାସଙ୍କ ବିସ୍ଫୋରକ ଶତକ, ୱେଷ୍ଟଇଣ୍ଡିଜ୍କୁ ୮ ୱିକେଟ୍ରେ ହରାଇଲା ଭାରତ
- ମୁଣ୍ଡ ଉପରେ ପୂଜା, ଖାଲ ଭର୍ତ୍ତି ରାସ୍ତାରେ ତୋରଣ
- ଭୁବନେଶ୍ୱର କୁମାରଙ୍କ କମ୍ବ୍ୟାକ୍: ୪ ବର୍ଷ ପରେ ଟିମ୍ ଇଣ୍ଡିଆକୁ ଫେରିଲେ, ନ୍ୟୁଜିଲ୍ୟାଣ୍ଡ ଗସ୍ତ ପାଇଁ ଭାରତୀୟ ଟି୨୦, ଏ’ ଦଳ ଘୋଷଣା
- ମୁଁ ଆପଣଙ୍କୁ ଛୁଇଁପାରିବି କି?’: ଅଭିଷେକ ଶର୍ମାଙ୍କୁ ଦେଖି ହୋସ୍ ହରାଇଲେ ସୁନ୍ଦରୀ ଫ୍ୟାନ୍
- ଅଗରକରଙ୍କ କାର୍ୟ୍ୟକାଳ ଶେଷ: ମୁଖ୍ୟ ଚୟନକର୍ତ୍ତା ପଦ ପାଇଁ ଆନୁଷ୍ଠାନିକ ଭାବେ ଆବେଦନ ଆହ୍ୱାନ
- ଟିମ୍ ଇଣ୍ଡିଆକୁ ବଡ଼ ଝଟ୍କା, ଆହତ ହୋଇ ଦଳରୁ ବାହାରିଲେ ପ୍ରସିଦ୍ଧ କୃଷ୍ଣା
- ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
- HALରେ ୨ୟ ‘ଶକ୍ତି ଇଞ୍ଜିନ୍ ମାନୁଫାକ୍ଚରିଙ୍ଗ୍ ଲାଇନ୍’ର ଉଦ୍ଘାଟନ କଲେ ରାଜନାଥ ସିଂହ
- ପାକିସ୍ତାନ ଗୁପ୍ତଚର ମାମଲାରେ ଆନ୍ଧ୍ର ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ: ୧୩ ନୌସେନା କର୍ମଚାରୀଙ୍କ ସମେତ ୧୮ ଜଣ ସନ୍ଦିଗ୍ଧ ଓ ୨ ଗିରଫ
- କେନ୍ଦ୍ର ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି, ସମ୍ବଲପୁରରେ ୪ ଅଣ୍ଡରପାସ୍ ସହ ଫ୍ଲାଇଓଭର ଦାବି

Comments are closed.