Latest Odisha News

BREAKING NEWS

ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୨୧ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୨୧୮ କରୋନା ଆକ୍ରାନ୍ତ । ସଂକ୍ରମଣକୁ ନେଇ ଚିନ୍ତା ବଢୁଥିବା ବେଳେ, ଆଜି ସୁସ୍ଥ ହୋଇଛନ୍ତି ଆଉ ୧୨୧ ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ।

ଖୋର୍ଦ୍ଧାରୁ ସର୍ବାଧିକ ୧୭ ଜଣ ସୁସ୍ଥ ହୋଇଥିବା ବେଳେ, ବଲାଙ୍ଗିରରୁ ୧୬ ଜଣ, ମୟୂରଭଞ୍ଜରୁ ୧୩, ଝାରସୁଗୁଡ଼ାରୁ ୧୦ ଜଣ ସୁସ୍ଥ ହୋଇଛନ୍ତି । ସେହିପରି କଟକରୁ ୯, ସୁନ୍ଦରଗଡ଼ରୁ ୭, ଭଦ୍ରକରୁ ୬, ବରଗଡ଼ ଓ ପୁରୀରୁ ୫ ଜଣ ଲେଖାଏଁ, ଅନୁଗୁଳ, ବାଲେଶ୍ବର, ଯାଜପୁର ଓ ନୂଆପଡ଼ାରୁ ୪ ଜଣ ଲେଖାଏଁ, ଗଞ୍ଜାମ ଓ ନବରଙ୍ଗପୁରରୁ ୩ ଜଣ ଲେଖାଏଁ, ଢ଼େଙ୍କାନାଳ, କେନ୍ଦୁଝର ଓ ସମ୍ବଲପୁରରୁ ୨ ଜଣ ଲେଖାଏଁ, କନ୍ଧମାଳ ଓ କେନ୍ଦ୍ରାପଡ଼ାରୁ ଜଣେ ଲେଖାଏଁ ଓ ଷ୍ଟେଟ୍ ପୁଲରୁ ୩ ଜଣ ସୁସ୍ଥ ହୋଇଛନ୍ତି । ଆଜିର ସଂଖ୍ୟାକୁ ମିଶାଇ ଏପର୍ଯ୍ୟନ୍ତ ରାଜ୍ୟରେ ସୁସ୍ଥ ହେଲେଣି ୩ ଲକ୍ଷ ୩୬ ହଜାର ୯୩୦ ଜଣ ଆକ୍ରାନ୍ତ ।

Leave A Reply

Your email address will not be published.