Latest Odisha News

BREAKING NEWS

ପ୍ରଫେସର ଗଣେଶୀ ଲାଲଙ୍କୁ ନିଜର ୧ ବର୍ଷର ଦରମା ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବର: ଉତ୍କଳ ବିଶ୍ୱବିଦ୍ୟାଳୟର ବିକାଶ ପାଇଁ ରାଜ୍ୟପାଳ ତଥା ବିଶ୍ୱବିଦ୍ୟାଳୟର କୁଳାଧିପତି ପ୍ରଫେସର ଗଣେଶୀ ଲାଲଙ୍କୁ ନିଜର ୧ ବର୍ଷର ଦରମା ପ୍ରଦାନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । 

୨୦୧୯ରେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ଲାଟିନମ ଜୁବୁଲି କାର୍ଯ୍ୟକ୍ରମରେ ଯୋଗଦେଇ କେନ୍ଦ୍ରମନ୍ତ୍ରୀ ବିଶ୍ୱବିଦ୍ୟାଳୟର ପୂରାତନ ଛାତ୍ର ଭାବରେ ‘ଆଲୁମିନି ଅନୁଦାନ ପାଣ୍ଠି’ ଖୋଲିବା ପାଇଁ ପରାମର୍ଶ ଦେବା ସହ ୧ ବର୍ଷର ଦରମା ଦେବା ପାଇଁ ଘୋଷଣା କରିଥିଲେ । 

ଉତ୍କଳ ବିଶ୍ୱବିଦ୍ୟାଳୟରେ ଭିତ୍ତିଭୂମି ସୁବିଧା ବଢ଼ାଇବା ତଥା ଛାତ୍ରଛାତ୍ରୀ, ଅଧ୍ୟାପକ ଓ କର୍ମଚାରୀଙ୍କ ସୁବିଧା ପାଇଁ ‘ଆଲୁମିନି ଅନୁଦାନ ପାଣ୍ଠି’ ଗଠନ କରିବା ସହ ଏଥିରେ ପୂରାତନ ଛାତ୍ରଛାତ୍ରୀଙ୍କ ଆର୍ଥିକ ସହଯୋଗ ଦେବା ପାଇଁ କେନ୍ଦ୍ରମନ୍ତ୍ରୀ ପରାମର୍ଶ ଦେଇଥିଲେ ।

Leave A Reply

Your email address will not be published.