Latest Odisha News

BREAKING NEWS

ପିପିଲି ଉପ ନିର୍ବାଚନ ପାଇଁ କଂଗ୍ରେସ ଘୋଷଣା କଲା ଷ୍ଟାର ପ୍ରଚାରକ ତାଲିକା

ଭୁବନେଶ୍ବର : ପିପିଲି ଉପନିର୍ବାଚନ ପାଇଁ ବିଜେଡି ନିଜର ଷ୍ଟାର କ୍ୟାମ୍ପେନର ତାଲିକା ଘୋଷଣା କରିଥିବା ବେଳେ, କଂଗ୍ରେସ ମଧ୍ୟ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି । ଦଳୀୟ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ପାଇଁ ପିପିଲିରେ ପ୍ରଚାର କରିବେ କଂଗ୍ରେସର ୩୦ ଜଣ ଷ୍ଟାର କ୍ୟାମ୍ପେନର । ତାଲିକାରେ ପ୍ରଦେଶ କଂଗ୍ରେସ ପ୍ରଭାରୀ ଏ ଚେଲ୍ଲା କୁମାରଙ୍କ ସହିତ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ଭକ୍ତ ଦାସ, ନରସିଂହ ମିଶ୍ର ପ୍ରମୁଖ ସ୍ଥାନ ପାଇଛନ୍ତି ।

ସେହିପରି ରୁଦ୍ର ରାଜୁ, ଚିରଞ୍ଜୀବୀ ବିଶ୍ବାଳ, ପ୍ରଦୀପ ମାଝି, ଶରତ ରାଉତ, ବିଶ୍ବ ରଞ୍ଜନ ମହାନ୍ତି, ରାଗିଣୀ ନାୟକ, ଜୟଦେବ ଜେନା, ରାମଚନ୍ଦ୍ର ଖୁଣ୍ଟିଆ, ସୁଶୀଳା ତିରିଆ, ଶରତ ପଟ୍ଟନାୟକ, ପ୍ରସାଦ ହରିଚନ୍ଦନ, ସାଂସଦ ସପ୍ତଗିରି ଉଲାକା, ବିଧାୟକ ସୁରେଶ ରାଉତରାୟ, ତାରା ବାହିନୀପତି, ସନ୍ତୋଷ ସିଂ ସାଲୁଜା, ରମେଶ ଜେନା, ମହମ୍ମଦ ମୋକିମ, ଅଧୀର ରଞ୍ଜନ ଚୌଧୁରୀ, ସି ଏସ୍ ରାଜନ ଏକ୍କା, ବିଜୟଲକ୍ଷ୍ମୀ ସାହୁ, ଗଣେଶ୍ବର ବେହେରା, ବନ୍ଦିତା ପରିଡା, ସଂଗ୍ରାମ କେଶରୀ ଜେନା, ସ୍ମୃତି ରଂଜନ ଲେଙ୍କା, ସତ୍ୟ ପ୍ରକାଶ ନାୟକ ଏବଂ ସୟଦ ୟାସିର ନବାଜ କଂଗ୍ରେସର ଷ୍ଟାର ପ୍ରଚାରକ ତାଲିକାରେ ସାମିଲ ହୋଇଛନ୍ତି ।

Comments are closed.