ଭୁବନେଶ୍ୱର: ସେକେଣ୍ଡ ଓ୍ୱେଭ ସାଂଘାତିକ ହେଉଥିବା ବେଳେ ଜୋରଦାର ହୋଇଛି ଟିକାକରଣ ଅଭିଯାନ । ଏବେ ଓଡ଼ିଶାରେ ଦୈନିକ ୨ଲକ୍ଷ ଲୋକଙ୍କୁ ଟିକା ଦିଆଯାଉଛି । ଟିକାକରଣ ତ୍ୱାରାନ୍ୱିତ ହୋଇଥିବା ବେଳେ ରାଜ୍ୟରେ ନିଅଣ୍ଟିଆ ସ୍ଥିତି ସ-ଷ୍ଟି ହୋଇଛି । ଆଜି ଅପରାହ୍ନରେ ୩ ଲକ୍ଷ ୪୯ ହଜାର ଟିକା ପହଞ୍ଚିବ । ଯେତିକି ଆସୁଛି ତାହା ୩ ଦିନ ଯିବ । ଅଧିକ ଟିକା ନଆସିଲେ ଆଗକୁ ଟିକାକରଣ ବାଧାପ୍ରାପ୍ତ ହୋଇପାରେ । ଏହି ସୂଚନା ଦେଇଛନ୍ତି ରାଜ୍ୟ ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ ।

ଅଧିକ ଟିକା ଯୋଗାଇ ଦେବାକୁ କେନ୍ଦ୍ର ସରକାରଙ୍କୁ ଚିଠି ଲେଖିଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର । ଆଉ ଥରେ ଚିଠି ଲେଖାଯିବ । ରାଜ୍ୟରେ ବର୍ତ୍ତମାନ ୩ ଲକ୍ଷ ୪୭ ହଜାର କୋଭିସିଲ୍ଡ ଟିକା ମହଜୁଦ ଅଛି । ଗତକାଲି ରାଜ୍ୟରେ ୨ ଲକ୍ଷ ୬୩ ହଜାର ୪୧ ଟିକାକରଣ ହୋଇଛି । ପ୍ରତିଦିନ ୨ ଲକ୍ଷ ଟାର୍ଗେଟ ରହିଥିଲା । ୫ ଦିନରେ ୧୦ ଲକ୍ଷ ଟାର୍ଗେଟ ଥିବା ବେଳେ କାଲିସୁଦ୍ଧା ଟିକାକରଣ ୧୧ ଲକ୍ଷ ପାର କରିଛି । ହିଟୱେଭ ପାଇଁ ସରକାର ଟିକାକରଣର ସମୟ ପରିବର୍ତ୍ତନ କରିଛନ୍ତି ।
BREAKING NEWS
- ପ୍ରଥମ ଟି୨୦: ଶ୍ରେୟାସଙ୍କ ବିସ୍ଫୋରକ ଶତକ, ୱେଷ୍ଟଇଣ୍ଡିଜ୍କୁ ୮ ୱିକେଟ୍ରେ ହରାଇଲା ଭାରତ
- ମୁଣ୍ଡ ଉପରେ ପୂଜା, ଖାଲ ଭର୍ତ୍ତି ରାସ୍ତାରେ ତୋରଣ
- ଭୁବନେଶ୍ୱର କୁମାରଙ୍କ କମ୍ବ୍ୟାକ୍: ୪ ବର୍ଷ ପରେ ଟିମ୍ ଇଣ୍ଡିଆକୁ ଫେରିଲେ, ନ୍ୟୁଜିଲ୍ୟାଣ୍ଡ ଗସ୍ତ ପାଇଁ ଭାରତୀୟ ଟି୨୦, ଏ’ ଦଳ ଘୋଷଣା
- ମୁଁ ଆପଣଙ୍କୁ ଛୁଇଁପାରିବି କି?’: ଅଭିଷେକ ଶର୍ମାଙ୍କୁ ଦେଖି ହୋସ୍ ହରାଇଲେ ସୁନ୍ଦରୀ ଫ୍ୟାନ୍
- ଅଗରକରଙ୍କ କାର୍ୟ୍ୟକାଳ ଶେଷ: ମୁଖ୍ୟ ଚୟନକର୍ତ୍ତା ପଦ ପାଇଁ ଆନୁଷ୍ଠାନିକ ଭାବେ ଆବେଦନ ଆହ୍ୱାନ
- ଟିମ୍ ଇଣ୍ଡିଆକୁ ବଡ଼ ଝଟ୍କା, ଆହତ ହୋଇ ଦଳରୁ ବାହାରିଲେ ପ୍ରସିଦ୍ଧ କୃଷ୍ଣା
- ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
- HALରେ ୨ୟ ‘ଶକ୍ତି ଇଞ୍ଜିନ୍ ମାନୁଫାକ୍ଚରିଙ୍ଗ୍ ଲାଇନ୍’ର ଉଦ୍ଘାଟନ କଲେ ରାଜନାଥ ସିଂହ
- ପାକିସ୍ତାନ ଗୁପ୍ତଚର ମାମଲାରେ ଆନ୍ଧ୍ର ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ: ୧୩ ନୌସେନା କର୍ମଚାରୀଙ୍କ ସମେତ ୧୮ ଜଣ ସନ୍ଦିଗ୍ଧ ଓ ୨ ଗିରଫ
- କେନ୍ଦ୍ର ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି, ସମ୍ବଲପୁରରେ ୪ ଅଣ୍ଡରପାସ୍ ସହ ଫ୍ଲାଇଓଭର ଦାବି

Comments are closed.