Latest Odisha News

BREAKING NEWS

ଭାରତରେ ବଢୁଛି ଦୈନିକ ସଂକ୍ରମଣ, ୧ ଲକ୍ଷ ୩୧ ହଜାର ପଜିଟିଭ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ଶୁକ୍ରବାର ଦିନ ଏହି ସଂଖ୍ୟା ୧,୩୦,୬୦,୫୪୨କୁ ଛୁଇଁଥିବା ନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି।

କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୧,୩୧,୯୬୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିଲା ବେଳେ ପାଖାପାଖି ୭୮୦ ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି ସୁସ୍ଥ ହୋଇଛନ୍ତି ୬୧,୮୯୯।

ଏଯାବତ୍ କରୋନାରେ ସଂକ୍ରମିତ ହୋଇ ପ୍ରାୟ ୯,୭୯,୬୦୮ ଜଣ ବ୍ୟକ୍ତି ଚିକିତ୍ସିତ ହେଉଥିବା ବେଳେ ପାଖାପାଖି ୧,୬୭,୬୪୨ ଜଣ ପ୍ରାଣ ହରାଇଛନ୍ତି।

୧,୧୯,୧୩,୨୯୨ ଜଣ ଚିକିତ୍ସିତ ରୋଗୀ ସୁସ୍ଥ ହୋଇ ଡିସଚାର୍ଜ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ କରାଯାଇଛି ।

Comments are closed.