Latest Odisha News

BREAKING NEWS

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ

ଆଜି ଦିନର ମହତ୍ତ୍ଵ
ଆଜି ୨୦୨୧ମସିହା ଅପ୍ରେଲ ୧୦ ତାରିଖ ଶନିବାର ମୀନ ୨୮ ଦିନ ଚୈତ୍ର ମାସ କୃଷ୍ଣପକ୍ଷ ଚତୁର୍ଦ୍ଦଶୀ ତିଥି ଉତ୍ତର ଭାଦ୍ର ନକ୍ଷତ୍ର ମୀନ ଚନ୍ଦ୍ର
ଆଜିର ଘାତ ବାରବୃଷ ସିଂହ ଓ କନ୍ୟା ରାଶିର
ଆଜିର ଘାତ ଚନ୍ଦ୍ର-ଧନୁ ରାଶି ପୁରୁଷ ଓ ତୁଳା ରାଶି ମହିଳାଙ୍କର 
ଆଜିର ନିଷେଧ ଖାଦ୍ୟବିରି ଦ୍ରବ୍ୟ
ଆଜି ଶିବୋପବାସ ବେଢ଼ା ପରିକ୍ରମା

ମେଷ
ଆଜି ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମରେ ଉନ୍ନତି କରିବେ ଓ କର୍ମସ୍ଥାନରେ ସମସ୍ତ ବାଧାବିଘ୍ନ ଦୂର ହେବ । ଅଟକି ରହିଥିବା କାମ ସମ୍ପୂର୍ଣ୍ଣ କରିବାର ସୁଯୋଗ ଆସିବ । ହରାଇଥିବା ଧନ ଫେରିପାଇବେ । ଆୟ ଅପେକ୍ଷା ବ୍ୟୟ କମ୍‌ ରହିବ । ଋଣମୁକ୍ତ ହେବା ପାଇଁ ଚେଷ୍ଟା କରିବେ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ ।

ବୃଷ
ଆଜି ଆକସ୍ମିକ ଧନଲାଭ ସହ ଆର୍ଥିକ ଅବସ୍ଥାରେ ଉନ୍ନତି ଘଟିବ । ବାଣିଜ୍ୟ, ବ୍ୟବସାୟରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ଦରମାରେ କିଛି ବୃଦ୍ଧି ଘଟିପାରେ । ମୂଲ୍ୟବାନ ଧାତୁ କିମ୍ବା ଭୂମି କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ମାନେ ବିଜୟୀ ହେବେ । ମହିଳାମାନେ ସଞ୍ଚୟ କରିବେ ।

ମିଥୁନ
ଆଜି କର୍ମରେ ଉନ୍ନତି କରିବା ପାଇଁ ଯୋଜନା କରି ସେଥିରେ ସଫଳ ହେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିୁଯୁକ୍ତିର ସମ୍ଭାବନା ରହିଛି । କର୍ମରେ ଆଗ୍ରହ ଓ ଆନ୍ତରିକତା ବୃଦ୍ଧି ପାଇବ । ପରିବାରର ସମସ୍ତ ସଦସ୍ୟଙ୍କ ସାହଯ୍ଯ ସହଯୋଗ ପାଇବେ ।

କର୍କଟ
ଆଜି ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ଲାଭବାନ ହେବେ। କର୍ମରେ ଅସ୍ଥିରତା ଓ ବାଧାବିଘ୍ନ ଏବଂ ଉପରିସ୍ଥ କର୍ମଚାରୀଙ୍କ ରୋଷର ଶିକାର ହେବେ । ବାପାମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତାଗ୍ରସ୍ତ ହେବେ ଓ ସ୍ୱଜନ ପ୍ରିୟଜନଙ୍କ ସହ ମତାନ୍ତର କିମ୍ବା ତାଙ୍କଠାରୁ ଅପମାନ ପାଇପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅନାଗ୍ରହୀ ହେବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହୋଇପାରେ ।

ସିଂହ
ଆଜି କଷ୍ଟ ହେଲେ ମଧ୍ୟ ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମରେ ଅନାଗ୍ରହ ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ପରିଲକ୍ଷିତ ହେବ । ପରିସ୍ଥିତି ଖରାପ ନ ଥିଲେ ମଧ୍ୟ ମନ ଅଶାନ୍ତ ରହିବ । ବିନା କାରଣରେ ଆଜି ବହୁତ ବ୍ୟସ୍ତ ରହିବେ ଓ ପରିବାରର କୌଣସି ସଦସ୍ୟଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ ।

କନ୍ୟା
ଆଜି ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ । କର୍ମରେ ଉନ୍ନତି ଓ ସଫଳତା ପାଇବେ । ମହିଳା ସହକର୍ମୀ ସହୋଗ କରିବେ । ପରିବାରର ସମସ୍ତ ସଦସ୍ୟ ଓ ସହଧର୍ମିଣୀଙ୍କ ସାହାଯ୍ଯ ଏବଂ ସହାନୁଭୂତି ପାଇବେ । ଘରକରଣା, ଇଲେକ୍ଟ୍ରିକ ସରଞ୍ଜାମ ଓ ବସନଭୂଷଣ କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ ମାନେ ଅସ୍ଥିରମନା ହେବେ । ମହିଳାମାନେ ସ୍ୱାମୀ ଅନୁରକ୍ତା ହେବେ ।

ତୁଳା
ଆଜି କର୍ମସ୍ଥାନରେ ସମସ୍ତ ବାଧାବିଘ୍ନ ଦୂର ହେବ ଓ ସହକର୍ମୀଙ୍କ ସହଯୋଗରେ ସମସ୍ତ କର୍ମରେ ସଫଳତା ଏବଂ ପ୍ରଶଂସା ପାଇବେ । ବାଣିଜ୍ୟ, ବ୍ୟବସାୟ ଠିକ୍‌ରେ ଚାଲିବ ଓ ଆୟ ବୃଦ୍ଧି ହେବ । ପୁରାତନ ରୋଗରୁ ଆରୋଗ୍ୟଲାଭ କରିବେ, ଶତ୍ରୁମାନେ ମିତ୍ର ହେବେ ଓ ଋଣମୁକ୍ତ ହେବା ପାଇଁ ଚେଷ୍ଟା କରିବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ମାନେ ପ୍ରଶଂସିତ ହେବେ । ମହିଳାମାନେ ଧାର୍ମିକ କାର୍ଯ୍ୟରେ ଆଗ୍ରହୀ ହେବେ ।

ବିଛା
ଆଜି ମାନସମ୍ମାନ ହାନି ଓ ଇତର ଜନଠାରୁ ଅପମାନ ପାଇପାରନ୍ତି । ମାନସିକ, ପାରିବାରିକ ଅଶାନ୍ତି ଓ କର୍ମସ୍ଥାନରେ ଅପଯଶ ଏବଂ ଅପମାନିତ ହୋଇପାରନ୍ତି । ପୁତ୍ର, କନ୍ୟା ଅବଜ୍ଞା କରିବେ ଓ ତାଙ୍କ କର୍ମକୁ ନେଇ ଚିନ୍ତାଗ୍ରସ୍ତ ହେବେ । ବାପାମା’ଙ୍କ ସହ ମତଭେଦ କିମ୍ବା ତାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ମାନେ କର୍ମରେ ଅବହେଳା କରିବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ ।

ଧନୁ
ଆଜି ଯାନବାହନ ଆରୋହଣ କାଳରେ ସତର୍କ ରୁହନ୍ତୁ । ବାଣିଜ୍ୟ, ବ୍ୟବସାୟରେ ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ । କର୍ମସ୍ଥାନରେ ବାଧାବିଘ୍ନ ଓ ବିବାଦ ସୃଷ୍ଟି ହେବ । ମୂଲ୍ୟବାନ ପଦାର୍ଥ ନଷ୍ଟ ବା ହଜି ଯାଇପାରେ । ବନ୍ଧୁବାନ୍ଧବଙ୍କ ସହ ମନାନ୍ତର ଯୋଗୁ ଅପ୍ରିୟତା କିମ୍ବା ମାଲିମକଦ୍ଦମାରେ ପଡ଼ିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଳସ୍ୟତା ପ୍ରକାଶ କରିବେ । ମହିଳାମାନେ ଶାରୀରିକ ପୀଡ଼ା ପାଇ ପାରନ୍ତି ।

ମକର 
ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ବୃଦ୍ଧି ଘଟିବ । କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତା ମିଳିବ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିୁକ୍ତିର ସମ୍ଭାବନା ରହିଛି । ପରିବାରର ସମସ୍ତ ସଦସ୍ୟ, ସହକର୍ମୀ ଓ ଭ୍ରାତୃଭଗ୍ନିଙ୍କର ସାହାଯ୍ୟ ଏବଂ ସହଯୋଗ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ମାନେ କର୍ମରେ ପ୍ରଶଂସିତ ହେବେ । ମହିଳାମାନେ ଆତ୍ମସନ୍ତୋଷ ଲାଭ କରିବେ ।

କୁମ୍ଭ 
ଆଜି ବ୍ୟବସାୟ ବାଣିଜ୍ୟରେ କ୍ଷତିର ସମ୍ଭାବନା ରହିଛି । କର୍ମ ପ୍ରତି ଅନାଗ୍ରହ ହେତୁ ସମସ୍ତ କର୍ମରେ ବାଧାବିଘ୍ନ ଓ କର୍ମରେ ଅସଫଳ ଦେଖାଦେଇପାରେ । ମୂଲ୍ୟବାନ ପଦାର୍ଥ ନଷ୍ଟ ବା ଚୋରି ହୋଇପାରେ । । ବିଦ୍ୟାର୍ଥୀମାନେ କର୍ମରେ ଆଳସ୍ୟତା ପ୍ରକାଶ କରିବେ । ମହିଳାମାନେ ବଦଖର୍ଚ୍ଚି ହେବେ ।

ମୀନ
ଆଜି ଆପଣଙ୍କୁ ସୁ ଖାଦ୍ୟ ,ସୁବସନ ପ୍ରାପ୍ତି ହେବ । ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିବ । ବାଣିଜ୍ୟ, ବ୍ୟବସାୟରେ ଆୟ ବୃଦ୍ଧି ଘଟିବ। ଲକ୍ଷ୍ମୀଙ୍କର କୃପା ରହିବ । ମାନସିକ, ପାରିବାରିକ ଶାନ୍ତି ସହିତ ଶାରୀରିକ ସୁସ୍ଥତା ଲାଭ କରିବେ ।

ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର

Leave A Reply

Your email address will not be published.