Latest Odisha News

BREAKING NEWS

ଜାଣନ୍ତୁ, କେମିତି କଟିବ ଆଜିର ଦିନ

 ଆଜିର ରାଶିଫଳ

ଆଜି ଦିନର ମହତ୍ତ୍ଵ
ଆଜି ୨୦୨୧ମସିହା ଅପ୍ରେଲ ୧୧ ତାରିଖ ରବିବାର ମୀନ ୨୯ ଦିନ ଚୈତ୍ର ମାସ କୃଷ୍ଣପକ୍ଷ ଅମାବାସ୍ୟା ତିଥି ରେବତୀ ନକ୍ଷତ୍ର ମୀନ ଚନ୍ଦ୍ର
ଆଜିର ଘାତ ବାରମେଷ ରାଶିର
ଆଜିର ଘାତ ଚନ୍ଦ୍ରଧନୁ ରାଶି ପୁରୁଷ ଓ ତୁଳା ରାଶି ମହିଳାଙ୍କର
ଆଜିର ନିଷେଧ ଖାଦ୍ୟ :ମତ୍ସ୍ୟ ମାଂସ (ଆମିଷ)

ମେଷ
ଆଜି ବିଭିନ୍ନ ପ୍ରକାର ଦୁଶ୍ଚିନ୍ତା ମନକୁ ଭାରାକ୍ରାନ୍ତ କରିବ ମାନସିକ ସନ୍ତୁଳନ ରକ୍ଷା କରିବାରେ ଅସମର୍ଥ ହେବେ। ଅଭାବ ଅସୁବିଧା ନ ଥିଲେ ମଧ୍ୟ ବନ୍ଧୁ, ପରିଜନଙ୍କ ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ। ଆଇନ ଅଦାଲତ ଓ ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରୁ ସୁଫଳ ପାଇବେ। ବ୍ୟବସାୟରେ ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ ‌।

ବୃଷ
ଆଜି କର୍ମକ୍ଷେତ୍ରରେ ନିକଟ ସମ୍ପର୍କୀୟମାନଙ୍କ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ସହକର୍ମୀଙ୍କ ଯୋଗୁ କର୍ମକ୍ଷେତ୍ରରେ ଗତି ମନ୍ଥର ରହିବ। ସଭାସମିତି, ଗବେଷଣା କ୍ଷେତ୍ର, ଆଇନ ଅଦାଲତରେ ସଫଳତା ହାସଲ କରିବେ। ଛାତ୍ର ଛାତ୍ରୀମାନେ ସମସ୍ତ ଦିଗରେ ସଫଳତା ହାସଲ କରିବେ।

ମିଥୁନ
ଆଜି କର୍ମକ୍ଷେତ୍ରରେ ଆକସ୍ମିକ ସମସ୍ୟା କାରଣରୁ ପୂର୍ବସ୍ଥିରୀକୃତ କାର୍ଯ୍ୟ ସ୍ଥଗିତ ରହିପାରେ। ବନ୍ଧୁଙ୍କ ସାହାଯ୍ୟ, ସହଯୋଗର ମିଳିବ କିନ୍ତୁ ପାରିବାରିକ ମନାନ୍ତର କାମକୁ ବିଗାଡ଼ି ଦେଇପାରେ। ଶରୀର ସୁସ୍ଥ ରହିବ।ରାଜନୀତି କ୍ଷେତ୍ରରେ ନିଜର ସ୍ଥିତି ସୁଦୃଢ କରିବେ।

କର୍କଟ
ଆଜି ଆପଣଙ୍କ ଚିନ୍ତାନୁଯାୟୀ କାମଗୁଡ଼ିକ ସହଜରେ ସମ୍ପନ୍ନ ହୋଇପାରିବ। କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ମିଥ୍ୟା ଅଭିଯୋଗ ଯୋଗୁ ମାନସିକ ପୀଡା ପାଇ ପାରନ୍ତି। ଦୀର୍ଘ ଦିନରୁ ଅଟଳି ରହିଥିବା କାମଟିକୁ ଆରମ୍ଭ କରିବାକୁ ମନ ବଳାଇବେ। ବନ୍ଧୁଙ୍କ ସହଯୋଗରେ କାମ ହାସଲ କରିବେ।

ସିଂହ
ଆଜି ଶାରୀରିକ ସୁସ୍ଥତା ସାଙ୍ଗକୁ ମାନସିକ ଶାନ୍ତି ମିଳିବ। ମହିଳାମାନେ ଗୃହ କର୍ମରେ ପ୍ରଶଂସନୀୟା ହେବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟରୁ ଉପକୃତ ହେବେ। ପରିବାରରେ ଭୁଲ ବୁଝାମଣା ଦେଖାଦେଇପାରେ। ଆର୍ଥିକ, ସାମାଜିକ ଓ ରାଜନୈତିକ ସ୍ଥିତି ମଧ୍ୟମ ପ୍ରକାର ରହିବ।

କନ୍ୟା
ଆଜି ଆର୍ଥିକ ଲାଭ କରିବେ ତାସହ କର୍ମକ୍ଷେତ୍ରରେ ଉନ୍ନତି କାରଣରୁ ଖୁସି ରହିବେ। ଆନୁଷ୍ଠାନିକ ତଥା ସଭାସମିତି, ରାଜନୀତି କ୍ଷେତ୍ରରେ ଆଲୋଚନା ଅସମାପ୍ତ ରହିପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ଏଜେନଶିପ୍‌, କଳା, ସାହିତ୍ୟ ଓ ମନୋରଞ୍ଜନ କାର୍ଯ୍ୟକ୍ରମରେ ପ୍ରଶଂସିତ ହେବେ।

ତୁଳା
ଆଜି କର୍ମକ୍ଷେତ୍ରରେ ଅସୁବିଧା ଅନୁଭବରୁ ଟେନ୍‌ସନ ମଧ୍ୟରେ ରହିବାକୁ ପଡ଼ିପାରେ। ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ ସକାଶେ ବ୍ୟସ୍ତତା ବଢ଼ିପାରେ। ଟଙ୍କା ପଇସା, ନେବା ଆଣିବା, ଦିଆନିଆ କ୍ଷେତ୍ରରେ ସତର୍କ ରହିବା ଭଲ ହେବ। ପିତା ମାତାଙ୍କ ପୁରାତନ ରୋଗର ପୀଡ଼ା ବୃଦ୍ଧି ପାଇପାରେ।

ବିଛା
ଆଜି ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣଜନିତ ମନସ୍ତାପର କାରଣ ହୋଇପାରେ। ନିଜ ଲୋକମାନଙ୍କ ପରୋକ୍ଷ ବିରୁଦ୍ଧାଚରଣ ହେତୁ ଚିନ୍ତିତ ରହିବାର ସୂଚନା ରହିଛି। ବ୍ୟବସାୟ, ଯାତ୍ରା, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ସଫଳତା ପାଇବେ।ଜମିଜମା ସମ୍ପର୍କିତ କୌଣସି ଅପ୍ରୀତିକର ପରିସ୍ଥିତିର ସାମ୍‌ନା କରିବାକୁ ପଡିପାରେ।

ଧନୁ
ଆଜି ବନ୍ଧୁଙ୍କ ସହଯୋଗ ସମସ୍ୟା ସମାଧାନରେ ସାହାଯ୍ୟ କରିବେ। କଳା,ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ପ୍ରଶାସନ, ପରିବହନ, ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ଆଜିର ଆନୁଷ୍ଠାନିକ କାମ, ବାଣିଜ୍ୟ, ବ୍ୟବସାୟ ଓ ରାଜନୈତିକ ଆଲୋଚନା ସକାଶେ ଦିନଟି ଭଲ ହେବ।

ମକର
ଆଜି ପରିବାରରେ ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ସମ୍ପର୍କ ଭଲ ରହି ନ ପାରେ। ଗୁରୁତ୍ୱପୂର୍ଣ୍ଣ ଥିବା କୌଣସି କାର୍ଯ୍ୟ ସକାଶେ ଆର୍ଥିକ ସ୍ଥିତି ଦୁଶ୍ଚିନ୍ତାର କାରଣ ହେବାର ସୂଚନା ରହିଛ। କଳା,ପ୍ରଶାସନିକ କାର୍ଯ୍ୟ, ଆଇନ, ସଭାସମିତିରେ ପ୍ରଶଂସିତ ହେବେ।

କୁମ୍ଭ
ଆଜି ଆପଣ ନିଜର ଉପସ୍ଥିତ ବୁଦ୍ଧି ବିବେକ ବଳରେ କାର୍ଯ୍ୟ କ୍ଷେତ୍ରରେ ସଫଳତା ହାସଲ କରିବେ । ଯୋଜନା ବଦଳିଯିବା ସାଙ୍ଗକୁ ଗସ୍ତ ମଧ୍ୟ ସ୍ଥଗିତ ରହିଯାଇପାରେ। ଯାନବାହନ ଚଳାଚଳରେ ଜଗିରଖି ଚଳନ୍ତୁ। ସଭାସମିତି, ଜମିଜମା, କ୍ଷେତ୍ରରୁ ଆଶାନୁରୂପ ଫଳ ପାଇବେ। ଯାହାକୁ ବେଶି ବିଶ୍ୱାସ କରୁଛନ୍ତି ସେହି ବ୍ୟକ୍ତି ଦ୍ୱାରା ପ୍ରତାରିତ ହୋଇପାରନ୍ତି।

ମୀନ
ଆଜି ଯାହା କରିବାକୁ ଚାହୁଁଛନ୍ତି, ତାହା ସମ୍ପନ୍ନ କରିବା ପାଇଁ ସମର୍ଥ ହେବେ। କର୍ମକ୍ଷେତ୍ରରେ କେତେକ ସହକର୍ମୀଙ୍କ ସହାୟତାରେ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ଛାତ୍ର ଛାତ୍ରୀମାନେ ପାଠ ପଢା ବ୍ୟତୀତ ସବୁପ୍ରକାର କାର୍ଯ୍ୟ କରିବା ପାଇଁ ସମର୍ଥ ହେବେ।ସଭାସମିତିରେ ସମ୍ମାନ୍‌ନୀୟ ବ୍ୟକ୍ତି ବିଶେଷଙ୍କ ସାନ୍ନିଧ୍ୟ ଲାଭର ସୁଯୋଗ ପାଇପାରିବେ।

ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର

Leave A Reply

Your email address will not be published.