ପୁରୀ: ପୁରୀ ଜିଲ୍ଲାରେ ଦିନକୁ ଦିନ କାୟାବିସ୍ତାର କରି ଚାଲିଛି କରୋନା ସଂକ୍ରମଣ। ଯାହାକୁ ନେଇ ପ୍ରଶାସନ ପକ୍ଷରୁ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ଜାରି ରହିଛି।
ଏହି ପରିପ୍ରେକ୍ଷୀରେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ ଏକ ବାଲୁକା କଳା ନିର୍ମାଣ କରି ସଚେତନତାର ବାର୍ତ୍ତା ଦେଇଛନ୍ତି।
ଏହି ସଂକ୍ରମଣରୁ ଦୂରେଇ ରହିବା ପାଇଁ ସମସ୍ତେ ମାସ୍କ ପରିଧାନ କରିବାକୁ ସେ ବାଲୁକା କଳା ମାଧ୍ୟମରେ ବାର୍ତ୍ତା ଦେଇଛନ୍ତି।
ଉଲ୍ଲେଖଯୋଗ୍ୟ, ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୋଟ୍ ସଂଖ୍ୟା ୩ଲକ୍ଷ ୫୩ହଜାର ୮୬କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଛନ୍ତି ୩ଲକ୍ଷ ୪୦ ହଜାର ୬୦୦ ଆକ୍ରାନ୍ତ । ୧୦ହଜାର ୫୦୩କୁ ବୃଦ୍ଧି ପାଇଛି ଆକ୍ଟିଭ୍ କେସ୍ ସଂଖ୍ୟା । ଗତ ୨୪ ଘଣ୍ଟାରେ ଆଉ ଦୁଇ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ରାଜ୍ୟରେ କରୋନାଜନିତ ମୋଟ୍ ମୃତ୍ୟୁସଂଖ୍ୟା ୧୯୩୦ ଛୁଇଁଛି।
Comments are closed.