Latest Odisha News

BREAKING NEWS

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ ତା୧୫-୪-୨୦୨୧ ଗୁରୁବାର

ଆଜି ଦିନର ମହତ୍ତ୍ଵ
ଆଜି ୨୦୨୧ମସିହା ଅପ୍ରେଲ ୧୫ ତାରିଖ ଗୁରୁବାର ମେଷ ୨ ଦିନ ଚୈତ୍ର ମାସ ଶୁକ୍ଳ ପକ୍ଷ ତୃତୀୟା ତିଥି କୃତ୍ତିକା ନକ୍ଷତ୍ର ବୃଷ ଚନ୍ଦ୍ର
ଆଜିର ଘାତ ବାରତୁଳା ଓ କୁମ୍ଭ ରାଶିର
ଆଜିର ଘାତ ଚନ୍ଦ୍ର ବିଛା ରାଶି ପୁରୁଷଙ୍କର
ଆଜିର ନିଷେଧ ଖାଦ୍ୟ  : ପୋଟଳ 

ମେଷ
ଆଜି ଯାହା ଚାହୁଁଛନ୍ତି ତାହା ଅବଶ୍ୟ ପାଇବେ। ଚେଷ୍ଟା କରୁଥିବା କାମରେ ସଫଳତା ମିଳିବ ଓ ସ୍ବାସ୍ଥ୍ୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ। ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ଯାନବାହନ ଚଳାଉଥିଲେ ସତର୍କତା ଅବଲମ୍ବନ କରନ୍ତୁ ଯାନ୍ତ୍ରିକ ତ୍ରୁଟି ଦେଖାଦେଇପାରେ।
ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ଘଟିବ।

ବୃଷ
ଆଜି ମନ ପ୍ରଫୁଲ୍ଲ ରହିବ। ଘରେ ବାହାରେ ସବୁଠି ଅନ୍ୟମାନଙ୍କଠାରୁ ପ୍ରଶଂସା ପାଇବେ। ଧାର୍ମିକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ପଡ଼ିପାରେ ‌। ନିକଟ ସମ୍ପକୀୟ ବନ୍ଧୁ ସହିତ ଯୋଗାଯୋଗ ହେବ । ସାହିତ୍ୟ ସଙ୍ଗୀତ କ୍ଷେତ୍ରରେ ପ୍ରଶଂସିତହେବେ। ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ ‌।

ମିଥୁନ
ଆଜି ଅଧିକ ବ୍ୟୟ ହେବ । ଯାହା ଖୋଜୁଥିବେ ତାହା ପାଇବେ ନାହିଁ, ବରଂ ଖର୍ଚ୍ଚାନ୍ତ ହେବେ। ଆନୁଷ୍ଠାନିକ କାମରେ, ବ୍ୟବସାୟିକ ସ୍ଥିତିରେ, ସଭା ସମିତିରେ ସୁବିଧା ଓ ସୁଯୋଗ ଲାଭ କରିବେ। ସାଧାରଣ କଥାରେ ଯୁକ୍ତି ତର୍କ କରି କଳହକୁ ନିମନ୍ତ୍ରଣ କରିପାରନ୍ତି। ଦୂର ସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ।

କର୍କଟ
ଆଜି ପିତା ମାତାଙ୍କ ସାମାନ୍ୟ ସ୍ବାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ। ସୁଯୋଗ ହରାଇବା କାରଣରୁ ଭାବପ୍ରବଣତା ବୃଦ୍ଧି ପାଇବ। ବହୁତ ଦିନରୁ ରହି ଆସିଥିବା ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। କେତେକ ଘରୋଇ କାରଣକୁ ନେଇ ମନ ଅଶାନ୍ତ ରହିବ।

ସିଂହ
କୌଣସି ସ୍ଥାନକୁ ଯିବା ସମୟରେ ନିଜ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ। ଅସାବଧାନତା ଯୋଗୁ କୈାଣସି ଦ୍ରବ୍ୟ ଚୋରୀ ବା ହଜିଯାଇପାରେ।ପାରିବାରିକ ଜୀବନରେ ଉଚିତ ବୁଝାମଣା ହେବ। ଚାକିରି କ୍ଷେତ୍ରରେ ବହୁତ ଦିନରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ।

କନ୍ୟା
ଆଜି କର୍ମକ୍ଷେତ୍ରରେ ନିକଟସ୍ଥ ବ୍ୟକ୍ତିମାନଙ୍କୁ ସରଳ ବିଶ୍ୱାସ କରି ଠକାମିରେ ପଡ଼ି ପାରନ୍ତି। ସ୍ବାସ୍ଥ୍ୟହାନି କିମ୍ବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ଷ୍ଟେସନାରି ଜିନିଷ, ଧାତୁ ଅଳଙ୍କାର, ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ଯାତ୍ରା ଓ ପରିବହନ ପାଇଁ ଦିନଟି ଭଲ ରହିବ।

ତୁଳା
ଆଜି କେହିଜଣେ ବ୍ୟକ୍ତି ଅସୁବିଧାରେ ପକାଇପାରେ। ଘରେ ସାଧାରଣ କଥାରେ ଝଗଡ଼ା ହେବାର ସମ୍ଭାବନା ରହିଛି। ଯାନବାହନ ଚଳାଚଳରେ ସତର୍କ ରହିବା ଭଲ ହେବ। କାମରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବେ। ଶାରୀରିକ ଅବସ୍ଥାରେ ଉନ୍ନତି ଘଟିବ। ଶତ୍ରୁ ଉପଦ୍ରବ କେତେକାଂଶରେ କମିଯାଇପାରେ।

ବିଛା
ଆଜି ଅଯଥା ଗୁଡ଼ାଏ ଚିନ୍ତା ମନକୁ ନ ଆଣି ନିଜ କାମରେ ମନଦେବା ଭଲ ହେବ। ଅନ୍ୟମାନଙ୍କ ବିଷୟ ଚିନ୍ତାକରି ନିଜ ପ୍ରତି ଅବହେଳା କରିପାରନ୍ତି। ପୂର୍ବରୁ ଆଲୋଚନା କରିଥିବା ଅନୁଯାୟୀ ବନ୍ଧୁଙ୍କଠାରୁ ଆପଣଙ୍କ ପ୍ରାପ୍ୟ ଅବଶ୍ୟ ପାଇବେ। ପାରିବାରିକ ସମସ୍ୟାକୁ ସୁଧାରିବାରେ ସମର୍ଥ ହେବେ।

ଧନୁ
ଆଜି ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତିତ ବ୍ୟଥିତ ହେବେ। କୌଣସି କାମ ଉତ୍ସାହଜନକ ହୋଇ ନ ପାରେ। ସମସ୍ୟାର ସରଳ ସମାଧାନ ହୋଇ ଉନ୍ନତି ପରିଲକ୍ଷିତ ହେବ। ମୂଲ୍ୟବାନ ଜିନିଷ କ୍ରୟ କରିବା ସକାଶେ ମନ ବଳାଇବେ। ଗୃହ, ଜମିଜମା, ଜନିତ ଶୁଭ ଫଳ ମିଳିବ। ଛାତ୍ର ଛାତ୍ରୀମାନେ ପାଠ ପଢା ବ୍ୟତୀତ ସବୁପ୍ରକାର କାର୍ଯ୍ୟ କରିବା ପାଇଁ ସମର୍ଥ ହେବେ।

ମକର
ଆଜି ଆଶା କରୁଥିବା ଦିଗରୁ ଅର୍ଥ ମାନ ସମ୍ମାନ ପ୍ରତିଷ୍ଠା ମିଳିବ।ବୈବାହିକ ସମ୍ବନ୍ଧ ନେଇ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବାର ସମ୍ଭାବନା ରହିଛି। ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ଅଧ୍ୟୟନ ଓ ଅଧ୍ୟାପନାରୁ ଉପକୃତ ହେବେ। ପ୍ରିୟ ବନ୍ଧୁ ମାନଙ୍କଠାରୁ ଆଦର ଅଭ୍ୟର୍ଥନା ମିଳିବ।

କୁମ୍ଭ
ଆଜି କାର୍ଯ୍ୟସିଦ୍ଧି ହେବ ଯାହା ଫଳରେ ମନରେ ପ୍ରଫୁଲ୍ଲ ରହିବ। ମହିଳାମାନେ ଘରେ ବାହାରେ ସବୁଠି ଆଦର ସମ୍ମାନ ପାଇବେ। ଆର୍ଥିକ ଅନଟନ, କାର୍ଯ୍ୟହାନି, ବିଭିନ୍ନ ପ୍ରକାର ସମସ୍ୟା ମନକୁ ଆନ୍ଦୋଳିତ କରିପାରେ। ଯାହା କହିବା ପାଇଁ ଭାବୁଥିବେ ତାହା ବନ୍ଧୁଙ୍କ ମୁହଁ ସାମ୍ନାରେ ପ୍ରକାଶ କରିପାରିବେ ନାହିଁ।

ମୀନ
ଆଜି ସମସ୍ତ କାମ ସହଜ ଓ ସୁବିଧାରେ ସମ୍ପନ୍ନ ହେବ। ନୂତନ ଯୋଜନା କରିବାରେ ମନ ଦେବେ। ନିକଟ ସମ୍ପର୍କୀୟମାନେ କ୍ରମଶଃ ନିକଟତର ହୋଇପାରନ୍ତି। ବାଦବିବାଦରେ ଆପୋସ ସମାଧାନ ଘଟିବ। ବନ୍ଧୁଙ୍କ ଉପରେ ବୃଥା ସନ୍ଦେହ କରନ୍ତୁ ନାହିଁ।

ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର

Leave A Reply

Your email address will not be published.