Latest Odisha News

BREAKING NEWS

ଓଡ଼ିଶାରୁ ଆଉ ୪ ଜୀବନ ନେଲା କରୋନା

ଭୁବନେଶ୍ୱର: ଘାତକ ହେଉଛି କରୋନାର ସେକେଣ୍ଡ ଓ୍ୱେଭ୍ । ରାଜ୍ୟରେ ସଂକ୍ରମଣ ସହ ପୁଣି ଥରେ ବଢୁଛି ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ମହାମାରୀ ଆଉ ୪ ଆକ୍ରାନ୍ତଙ୍କ ଜୀବନ ନେଇଛି । ସୁନ୍ଦରଗଡ଼ ଜିଲ୍ଲାରୁ ଚିକିତ୍ସାଧୀନ ଅବସ୍ଥାରେ ଦୁଇ ଜଣ ପ୍ରାଣ ହରାଇଛନ୍ତି । ସେହିପରି ଝାରସୁଗୁଡ଼ା ଓ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୯ଶହ ୪୮କୁ ବୃଦ୍ଧି ପାଇଛି ।

Leave A Reply

Your email address will not be published.