Latest Odisha News

BREAKING NEWS

ଆଜି ଆରମ୍ଭ ହେବ ରଥକାଠ ଚିରଟ କାର୍ଯ୍ୟ, ଶ୍ରୀମନ୍ଦିରରୁ ଲାଗି ମାଳ ମହାପ୍ରସାଦ ନେଇ ଏକ ଟିମ ପହଁଞ୍ଚିଛନ୍ତି କଟକରେ

ପୁରୀ: ଆଜି ରଥକାଠ ଚିରଟ କାର୍ଯ୍ୟ ଆରମ୍ଭ ହେବ । ଆଜିର ପବିତ୍ର ରାମନବମୀ ତିଥିରେ ମାଳମହାପ୍ରସାଦ ଲାଗି ପରେ ରଥକାଠ ଚିରଟ କାର୍ଯ୍ୟ ଆରମ୍ଭ ହେବ । ଏଥିପାଇଁ ଶ୍ରୀମନ୍ଦିରରୁ ଲାଗି ମାଳ ମହାପ୍ରସାଦ ନେଇ ଏକ ତିନିଜଣିଆ ଟିମ କଟକରେ ପହଁଞ୍ଚିଛନ୍ତି । କଟକ ଖପୁରିଆ ସ୍ଥିତ ସ ମିଲରେ ରାମନବମୀ ତିଥିରେ ମାଳମହାପ୍ରସାଦ ଲାଗି ପରେ ରଥକାଠ ଚିରଟ କାର୍ଯ୍ୟ ଆରମ୍ଭ ହେବ । ରଥକାଠ ତତ୍ୱାବଧାରକ ସୁଦର୍ଶନ ମେକାପଙ୍କ ନେତୃତ୍ୱରେ ଏହି ତିନି ଜଣିଆ ଟିମ କଟକରେ ଚିରଟ ପ୍ରକ୍ରିୟାର ଅନୁକୂଳ କରିବେ । ତିନୋଟି ଧଉରା କାଠକୁ ଆଜିର ଦିନରେ ମାଳ ମହାପ୍ରସାଦ ଲାଗି କରାଯାଇ ଚିରଟ କାର୍ଯ୍ୟ ଆରମ୍ଭ ହେବ । ପବିତ୍ର ରାମନବମୀ ଅବସରରେ ରଥକାଠ ଚିରଟର ଶୁଭ ଅନୁକୂଳ ହେବାର ପରମ୍ପରା ରହିଛି । ଗତ ସରସ୍ବତୀ ପୂଜାରେ  ରଥକାଠ ପୂଜାର୍ଚନା  କରାଯାଇଥିବା ବେଳେ ଆସନ୍ତା ଅକ୍ଷୟ ତୃତୀୟା ଅବସରରେ ରଥ ନିର୍ମାଣ ଅନୁକୂଳ ହେବାର ପରମ୍ପରା ରହିଛି । 

Leave A Reply

Your email address will not be published.