Latest Odisha News

ହାତୀ ଆକ୍ରମଣରେ ଜଣେ ମହିଳା ମୃତ

ଅନୁଗୁଳ: ଅନୁଗୁଳ ଜିଲ୍ଲା ପୁରୁଣାଗଡ ରେଞ୍ଜ ତଳଗଡ଼ ଗାଁରେ ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି।

ମୃତ ମହିଳା ଜଣକ ତଳଗଡ଼ ଗାଁର ମମତା ସେଠି ବୋଲି ଜଣାପଡ଼ିଛି।

ସୂଚନା ଅନୁଯାୟୀ, ମମତା ଭୋର ବେଳେ ଗାଁ ମୁଣ୍ଡ ଆମ୍ବ ତୋଟାକୁ ଆମ୍ବ ଗୋଟାଇବାକୁ ଯାଇଥିଲେ । ସେଠାରେ ଆମ୍ବ ଗୋଟାଉଥିବା ବେଳେ ଏକ ହାତୀ ତାଙ୍କୁ ଦଳି ଦେବା ସହ ଶୁଣ୍ଢରେ ଫୋପାଡ଼ି ଦେଇଥିଲା । ଫଳରେ ଘଟଣା ସ୍ଥଳରେ ହିଁ ମମତାଙ୍କ ମୃତ୍ୟୁ ହୋଇଥିଲା।

ତେବେ ଏହି ଘଟଣାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିବା ଜଣାପଡିଛି।

Leave A Reply

Your email address will not be published.