Latest Odisha News

ଓଡ଼ିଶାରେ ୮ ଜିଲ୍ଲାରୁ କରୋନା ନେଲା ଆଉ ୧୭ ଜୀବନ

ଭୁବନେଶ୍ୱର: ସଂକ୍ରମଣ ସହ ରାଜ୍ୟରେ କମିଛି ଦୈନିକ ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ କରୋନା ନେଇଛି ଆଉ ୧୭ ଜୀବନ । ଗତକାଲି ଏହି ସଂଖ୍ୟା ଥିଲା ୧୯ । ୮ ଜିଲ୍ଲାରୁ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ମୃତକଙ୍କ ଭିତରେ ଅଛନ୍ତି ୭ ଜଣ ମହିଳା ଓ ୧୦ ଜଣ ପୁରୁଷ ।

ସୁନ୍ଦରଗଡ଼ ଜିଲ୍ଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ ଦୈନିକ ମୃତ୍ୟୁସଂଖ୍ୟା ବି ଅଧିକ ରହିଛି । ଗତ ୨୪ ଘଣ୍ଟାରେ ଜିଲ୍ଲାରୁ ଆଉ ୩ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା । ସେହିପରି ରାୟଗଡ଼ା ଓ କଳାହାଣ୍ଡି ଜିଲ୍ଲାରୁ ଆଉ ତିନି ଜଣ ଲେଖାଏ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।

ଖୋର୍ଦ୍ଧା ଜିଲ୍ଲାରୁ କରୋନା ନେଇଛି ଆଉ ୩ ଜୀବନ । ମୃତକଙ୍କ ଭିତରେ ଭୁବନେଶ୍ୱରରୁ ଦୁଇ ଜଣ ଅଛନ୍ତି । ସେହିପରି ପୁରୀ ଜିଲ୍ଲାରୁ ଆଉ ୨ ଜଣ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ଢେଙ୍କାନାଳ, ବଲାଙ୍ଗିର ଓ ଅନୁଗୋଳ ଜିଲ୍ଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ଜୀବନ ନେଇଛି ପ୍ରାଣଘାତୀ କରୋନା । ରାଜ୍ୟରେ ମୋଟ୍ ମୃତ୍ୟୁସଂଖ୍ୟା ୨୧ଶହ ୯୭କୁ ବୃଦ୍ଧି ପାଇଛି ।

Leave A Reply

Your email address will not be published.