Latest Odisha News

BREAKING NEWS

ରାଜ୍ୟରେ ସୁସ୍ଥ ହେଲେ ଆଉ ୭୫୬୪ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ, ଆଜି ସୁସ୍ଥ ହୋଇଛନ୍ତି ଆଉ ୭୫୫୪ ଆକ୍ରାନ୍ତ । ଖୋର୍ଦ୍ଧାରୁ ସର୍ବାଧିକ ୧୨୯୧ ଜଣ ସୁସ୍ଥ ହୋଇଥିବା ବେଳେ, ସୁନ୍ଦରଗଡ଼ରୁ ୭୩୨ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ।

ଅନ୍ୟ ଜିଲ୍ଲା କଥା ଯଦି ନଜର ପକାଇବା, ତେବେ ପୁରୀରୁ ୫୨୯, କଟକରୁ ୪୭୦, ସମ୍ବଲପୁରରୁ ୪୪୦, ଝାରସୁଗୁଡ଼ାରୁ ୪୦୩, ବରଗଡ଼ରୁ ୩୮୨, ନବରଙ୍ଗପୁରରୁ ୩୫୬, ବଲାଙ୍ଗିରରୁ ୨୮୯, ଗଞ୍ଜାମରୁ ୨୬୧, ନୂଆପଡ଼ାରୁ ୨୫୯, କଳାହାଣ୍ଡିରୁ ୧୭୩, ନୟାଗଡ଼ରୁ ୧୫୬, ଢେଙ୍କାନାଳରୁ ୧୪୬, ଭଦ୍ରକରୁ ୧୪୨, ମୟୂରଭଞ୍ଜରୁ ୧୩୪, ଗଜପତିରୁ ୧୨୮, ଯାଜପୁରରୁ ୧୨୭, ସୋନପୁରରୁ ୧୨୧ ଜଣ ସୁସ୍ଥ ହୋଇଛନ୍ତି ।

ସେହିପରି ଅନୁଗୁଳରୁ ୧୦୮, ଜଗତସିଂହପୁରରୁ ୧୦୫, ବାଲେଶ୍ବରରୁ ୧୦୦, କୋରାପୁଟରୁ ୯୮, କେନ୍ଦ୍ରାପଡ଼ାରୁ ୮୭, ଦେବଗଡ଼ରୁ ୭୧, କନ୍ଧମାଳରୁ ୬୪, କେନ୍ଦୁଝରରୁ ୫୮, ମାଲକାନଗିରିରୁ ୫୫, ବୌଦ୍ଧରୁ ୨୬, ରାୟଗଡ଼ାରୁ ୧୭ ଓ ଷ୍ଟେଟ୍ ପୁଲରୁ ୨୩୬ ଜଣ ସୁସ୍ଥ ହୋଇଛନ୍ତି । ଆଜିର ସଂଖ୍ୟାକୁ ମିଶାଇ ରାଜ୍ୟରେ ଏପର୍ଯ୍ୟନ୍ତ ସୁସ୍ଥ ହେଲେଣି ୪ ଲକ୍ଷ ୬୫ ହଜାର ୧୩୩ ଜଣ ଆକ୍ରାନ୍ତ ।

Leave A Reply

Your email address will not be published.