ଭୁବନେଶ୍ବର : କୋଭିଡ ପରିଚାଳନା ପାଇଁ ଆଶାକର୍ମୀଙ୍କୁ ମିଳିବ ୧୦ ହଜାର ଟଙ୍କା । ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ପରେ ଆଶାକର୍ମୀଙ୍କୁ ଏକକାଳୀନ ମିଳିବ ସହାୟତା । ଏନେଇ ସବୁ ଜିଲ୍ଲାପାଳ, ମ୍ୟୁନିସିପାଲ କମିଶନରଙ୍କୁ ଚିଠି ଲେଖିଛନ୍ତି ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ଶାସନ ସଚିବ । ଗ୍ରାମାଞ୍ଚଳ ସହ ସହରାଞ୍ଚଳର ବସ୍ତିରେ ସେବା ଯୋଗାଉ ଥିବା ଆଶାକର୍ମୀ ଏହି ସହାୟତା ପାଇବେ ।
ଏହି ସହାୟତା ସମସ୍ତ ଆଶାକର୍ମୀଙ୍କୁ ମିଳିବ । ଆସନ୍ତା ମେ ୨୪ ତାରିଖରୁ ୩ ମାସ ପାଇଁ ସାରା ରାଜ୍ୟରେ ଆଶା ଓ ANM ମାନେ ଘରକୁ ଘର ବୁଲି କୋଭିଡ ଲକ୍ଷଣ ଓ ଜଟିଳ ରୋଗ ସଂପର୍କରେ ସର୍ଭେ କରିବେ । ଏଥିପାଇଁ ସେମାନଙ୍କୁ ୩ ମାସ ପାଇଁ ମାସିକ ୧୦୦୦ ଟଙ୍କା ଲେଖାଏ ପ୍ରୋତ୍ସାହନ ରାଶି ଦିଆଯିବ । ପ୍ରତି ଗାଁରେ ଥିବା ଗାଁ କଲ୍ୟାଣ ସମିତି ମାନଙ୍କୁ ମଧ୍ୟ କୋଭିଡ ନିୟନ୍ତ୍ରଣ ପାଇଁ ବିଭିନ୍ନ କାର୍ଯ୍ୟ ନିମନ୍ତେ ୧୦ ହଜାର ଟଙ୍କା ସହାୟତା ଦିଆଯିବ । ସେହିପରି ଗୃହ ସଂଗରୋଧ ତଦାରଖ ଦାୟିତ୍ବରେ ଥିବା ଆଶାକର୍ମୀ ମାନଙ୍କୁ ବାଇସାଇକେଲ, ଚପଲ, ଛତା, ଟର୍ଚ୍ଚ ଓ କପ୍ବୋର୍ଡ ଆଦି ପାଇଁ ଏକକାଳୀନ ୧୦ ହଜାର ଟଙ୍କା ସହାୟତା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।
Comments are closed.