Latest Odisha News

BREAKING NEWS

ପଶ୍ଚିମବଙ୍ଗର ପୂର୍ବତନ ସିଏମ୍‌ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁୁରୁତର; ହସ୍ପିଟାଲ୍‌ରେ ଭର୍ତ୍ତି

କୋଲକାତା: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁୁରୁତର ହେବା ପରେ ତାଙ୍କୁ କୋଲକାତାର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତାଙ୍କର ଅମ୍ଳଜାନ ସ୍ତର କମ୍ ଥିବାରୁ ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ଅଧିକ ଖରାପ ହୋଇପଡ଼ିଥିବା ଜଣାପଡ଼ିଛି।

ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟ ଏବଂ ତାଙ୍କ ପତ୍ନୀ ମୀରା ଭଟ୍ଟାଚାର୍ଯ୍ୟଙ୍କ ଗତ ସପ୍ତାହରେ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ଏହାପରେ ସେ ଘରେ ରହି ଚିକିତ୍ସିତ ହେଉଥିଲେ। କିନ୍ତୁ ତାଙ୍କ ପତ୍ନୀଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଏବେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ବେଶି ଗୁରୁତର ହୋଇପଡ଼ିଥିବା ସୂଚନା ମଳିଛି।

Comments are closed.