Latest Odisha News

BREAKING NEWS

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ ତା ୦୧ -୦୬-୨୦୨୧ ମଙ୍ଗଳ ବାର

ଆଜି ଦିନର ମହତ୍ତ୍ଵ
ଆଜି ୨୦୨୧ ମସିହା ଜୁନ ତା ୧ରିଖ ମଙ୍ଗଳ ବାର ବୃଷ ୧୮ ଦିନ ଜ୍ୟେଷ୍ଠ ମାସ କୃଷ୍ଣପକ୍ଷ ସପ୍ତମୀ ତିଥି ଧନିଷ୍ଠା ନକ୍ଷତ୍ର କୁମ୍ଭ ଚନ୍ଦ୍ର
ଆଜିର ଘାତ ବାର- ମକର ରାଶିର
ଆଜିର ଘାତ ଚନ୍ଦ୍ର- ମିଥୁନ ରାଶି ପୁରୁଷ ଓ ମୀନ ରାଶିର
ଆଜିର ନିଷେଧ ଖାଦ୍ୟ- ତାଳ

ମେଷ:-
ଆଜି ଦାମ୍ପତ୍ୟ କଳହର ଅବସାନ ଘଟିବ । ସନ୍ତାନଙ୍କ ଉନ୍ନତିରେ ଖୁସି ହେବେ।ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। କର୍ମ କ୍ଷେତ୍ରରେ ଉନ୍ନତି କରିପାରିବେ। ଆକସ୍ମିକ ଅର୍ଥ ଲାଭହେବ।

ପ୍ରତିକାର- କୈାଣସି ଅସହାୟ ବ୍ୟକ୍ତିକୁ କିଛି ଖାଦ୍ୟ ଖାଇବାକୁ ଦିଅନ୍ତୁ।

ବୃଷ:-
ଆଜି ପିଲାମାନଙ୍କ କାର୍ଯ୍ୟକୁ ନେଇ ଦୁଶ୍ଚିନ୍ତାର କାରଣ ହୋଇପାରେ । ଭଲ ସମ୍ପର୍କ ରହିଥିବା ବନ୍ଧୁଟି ପରିସ୍ଥିତି ଚାପରେ ପଡ଼ି ଦୂରେଇଯିବା କାରଣରୁ ମନରେ ଅସ୍ଥିରତା ସୃଷ୍ଟି ହୋଇପାରେ ।ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । ଜମିବାଡ଼ି ସମ୍ପର୍କିତ ସମସ୍ୟାର ସମାଧାନ କରିବେ ‌।

ପ୍ରତିକାର-: ମା ଲକ୍ଷ୍ମୀଙ୍କ ଗାୟତ୍ରୀ ମନ୍ତ୍ରକୁ ଦଶଥର ଜପ କରନ୍ତୁ।

ମିଥୁନ:-
ଆଜି ଶାରୀରିକ ପୀଡ଼ା ଦେଖାଦେଇପାରେ। ଅନାବଶ୍ୟକ ଖର୍ଚ୍ଚ କରିବାକୁ ବାଧ୍ୟ ହେବେ। ଘରର ବରାଦ ଅନୁଯାୟୀ ଫେରିବା ବାଟରୁ କିଛି ନୂଆ ଜିନିଷ ଘରକୁ ଆଣିପାରନ୍ତି। ସଂଗଠନ, ରାଜନୀତି, କଳା, ସାହିତ୍ୟ କ୍ଷେତ୍ରରେ ଶୁଭଫଳ ପାଇବେ।

ପ୍ରତିକାର-: ଶିବ ପଞ୍ଚାକ୍ଷର ସ୍ତୋତ୍ର ପାଠ କରନ୍ତୁ।

କର୍କଟ:-
ଆଜି ସାଧାରଣ କଥାକୁ କେନ୍ଦ୍ରକରି ପରିବାରରେ ମନାନ୍ତର ମତାନ୍ତର ଦେଖାଦେଇପାରେ । ସାମାଜିକ ସ୍ତରରେ ନିଜ ଲୋକଙ୍କୁ ମନେଇ କାର୍ଯ୍ୟସାଧନ କରିବେ। ଆଜି ବଜାର ସଉଦା କିଣିବାରେ ସତର୍କ ନ ହେଲେ ଠକାମିରେ ପଡିପାରନ୍ତି। କାରଣ ନ ଥାଇ ମଧ୍ୟ ଦୋଷୀ ସାବ୍ୟସ୍ତ ହେବେ‌।

ପ୍ରତିକାର-ତୁଳସୀ ମୂଳରେ ପାଣି ଢାଳନ୍ତୁ, ତୁଳସୀ ମୂଳର ମାଟି ମଥାରେ ଲଗାନ୍ତୁ।

ସିଂହ:-
ଆଜି ସ୍ବାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ହୋଇପାରନ୍ତି । ଅଟକି ରହିଯାଇଥିବା କାମଟିକୁ ପୂର୍ଣ୍ଣାଙ୍ଗ ରୂପ ଦେବେ । ପାରିବାରିିକ ସମସ୍ୟାର ସମାଧାନ ଘଟିବ, ଏ ଦିଗରେ ଜଣେ ବନ୍ଧୁଙ୍କ ସାହାଯ୍ୟ ଆପଣଙ୍କୁ ଅନେକାଂଶରେ ସଫଳତା ଆଣିଦେବ । ଆର୍ଥିକ ଅନଟନ ଜନିତ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ।

ପ୍ରତିକାର-:ଓଁ ଘୃଣିସୂର୍ଯ୍ଯାୟ ନମଃ ଏହି ମନ୍ତ୍ରରେ ସୂର୍ଯ୍ୟଙ୍କୁ ଅର୍ଘ୍ୟ ଦିଅନ୍ତୁ।

କନ୍ୟା:-
ଆଜି ପରିବାରରେ ସମସ୍ୟା ବଢ଼ିପାରେ । ବିଭିନ୍ନ ପ୍ରକାର ବାଧାବିଘ୍ନ ଓ ସମସ୍ୟା ଲାଗି ରହୁଥିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ନେଗେଟିଭ୍‌ ଚିନ୍ତାଧାରା ମନକୁ ଆକ୍ରାନ୍ତ କରିବ। ବ୍ୟବସାୟ, ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ।

ପ୍ରତିକାର-ଓଁ ନମଃ ଭଗବତେ ବାସୁଦେବାୟ ଏହି ମନ୍ତ୍ରକୁ ୨୭ଥର ଜପ କରନ୍ତୁ।

ତୁଳା:-
କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟିର ଆଶଙ୍କା ରହିଛି । ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ବହୁ ଦିନରୁ ଆଶା କରିଥିବା କାମଟିରେ ସୁଯୋଗ ପାଇଲେ ମଧ୍ୟ ସଦ୍‌ ବ୍ୟବହାର କରିବା କଷ୍ଟକର ହେବ ।

ପ୍ରତିକାର-ସାତୋଟି ନୀଳ ଅପରାଜିତା ଫୁଲ ମା କାଳୀଙ୍କୁ ଚଢାନ୍ତୁ ଓ ସାତଟି କଳାମିଠା ଭୋଗ କରନ୍ତୁ।

ବିଛା:-
ଆଜି ଆପଣଙ୍କୁ କୌଣସି ନୀଚ ଜାତିର ବ୍ୟକ୍ତିବିଶେଷ ପରୋକ୍ଷ ଭାବେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ଉଚ୍ଚ ସମ୍ମାନ ଓ ବସ୍ତ୍ର ଆଭୂଷଣ ପ୍ରାପ୍ତି ଯୋଗ ରହିଛି । ଅସାବଧାନତା କାରଣରୁ କୌଣସି ଜିନିଷ ହଜିଯିବାର ସମ୍ଭାବନା ରହିଛି।

ପ୍ରତିକାର-ଶୁଭଫଳ ପାଇବା ପାଇଁ ହନୁମାନଙ୍କ ପାଖରେ ରାଶି ତେଲରେ ଦୀପଟିଏ ଜାଳନ୍ତୁ।

ଧନୁ:-
ଆଜି ଆକସ୍ମିକଭାବରେ ବନ୍ଧୁମାନଙ୍କ ଦୂର ସ୍ଥାନକୁ ଯାଇପାରନ୍ତି । ପାଖ ପଡୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ। ପାରଷ୍ପରିକ ଉତ୍ତମ ବୁଝାମଣା କାରଣରୁ ପାରିବାରିକ ପରିସ୍ଥିତି ଠିକ୍‌ ରହିବ। ବାଣିଜ୍ୟରେ ଆଶାନୁରୂପ ଲାଭବାନ ହେବେ ‌।

ପ୍ରତିକାର-ଶୁଭଫଳ ପାଇଁ ଗାୟତ୍ରୀ ମନ୍ତ୍ରକୁ ୨୭ଥର ପାଠ କରନ୍ତୁ।

ମକର:-
ଆଜି ଆପଣ ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ତ୍ବରାନ୍ବିତ କରି ଶେଷ ପର୍ଯ୍ୟାୟରେ ପହ଼଼ଞ୍ଚାଇବେ।ଭାତୃ ସମ୍ପର୍କରେ ମତଭେଦ ଦେଖାଦେଇପାରେ ‌।ଘରୋଇ କଥାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କଲେ ଭଲ ହେବ। ଅର୍ଥିକକ୍ଷେତ୍ରରେ ସଫଳତା ନିଶ୍ଚିତ ମିଳିବ।

ପ୍ରତିକାର-ଅଶ୍ବତ୍ଥ ବୃକ୍ଷ ମୂଳରେ କଞ୍ଚା କ୍ଷୀରରେ କଳାରାଶି ମିଶାଇ ଢାଳନ୍ତୁ।

କୁମ୍ଭ:-
ଆଜି କର୍ମକ୍ଷେତ୍ରରେ ନିଜର ପ୍ରାଧାନ୍ୟକୁ ଜାହିର କରିବାକୁ ଯାଇ ଅପଦସ୍ଥ ହୋଇପାରନ୍ତି। ସତ୍‌ସଙ୍ଗ ପ୍ରତି ମନ ବଳିବ । ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ପାଇବେ। ପରିବହନ, ପ୍ରଶାସନ ସ୍ତରରେ କାର୍ଯ୍ୟ ସାଧନ କିମ୍ବା ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ।

ପ୍ରତିକାର-ଓଁ ନମଃ ଶିବାୟ ମନ୍ତ୍ରରେ ୫ଟି ତ୍ରୀଶାଖା ବେଲପତ୍ର ଶିବଲିଙ୍ଗ ଉପରେ ଚଢାନ୍ତୁ।

ମୀନ:-
ପାରିବାରିକ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ପାଇଁ ଦିନଟି ବହୁତ ଭଲ ରହିବ ‌। ହଠାତ୍‌ ହଜି ଯାଇଥିବା ବ୍ୟକ୍ତି, ଚୋରି ଯାଇଥିବା ଜିନିଷର ଖୋଜ ଖବର ପାଇପାରନ୍ତି।

ପ୍ରତିକାର-ଶୁଭଫଳ ପାଇବା ପାଇଁ ରକ୍ତ ଚନ୍ଦନର ଟିକା ମଥାରେ ଲଗାନ୍ତୁ।

ଜ୍ୟୋତିଷ ବାଣୀ:-
ଦାମ୍ପତ୍ଯ ଜୀବନ ସୁଖପ୍ରଦ ହେବା ପାଇଁ ସରଳ ପ୍ରତିକାର।ପ୍ରତି ମଙ୍ଗଳ ବାର ଦିନ ମା ପାର୍ବତୀଙ୍କୁ ଲାଲ୍ ସିନ୍ଦୂର ଚଢାନ୍ତୁ ସେଥିରୁ କିଛି ସିନ୍ଦୂର ଆଣି ପ୍ରତି ଦିନ ନିଜ ସ୍ବାମୀଙ୍କ ନାମରେ ମଥାରେ ଲଗାନ୍ତୁ। ଏହିପରି ୪୦ଟି ମଙ୍ଗଳବାର କରନ୍ତୁ।

ନିରଞ୍ଜନ ମହାପାତ୍ର

Leave A Reply

Your email address will not be published.