Latest Odisha News

ଆହୁରି ୩ ଦିନ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା

ଭୁବନେଶ୍ୱର: ଓଡ଼ିଶାରେ ଆସନ୍ତା ୩ ଦିନ ଧରି ଘଡ଼ଘଡ଼ି ସହିତ ଝଡ଼ବର୍ଷା ହେବାର ସମ୍ଭାବନା ରହିଥିବାର ସୂଚନା ଦେଇଛନ୍ତି ଭାରତୀୟ ପାଣିପାଗ କେନ୍ଦ୍ର (ଆଇଏମଡ଼ି)ର କର୍ତ୍ତୃପକ୍ଷ ।

ଭାରତୀୟ ପାଣିପାଗ କେନ୍ଦ୍ର (ଆଇଏମଡ଼ି) ପକ୍ଷରୁ ପ୍ରକାଶିତ ଏକ ବିଜ୍ଞପ୍ତି ଅନୁଯାୟୀ, ବାଂଲାଦେଶ ଉପର ୦.୯ କିମି ରୁ ୨.୧ କିମି ଏବଂ ସମୁଦ୍ର ପତ୍ତନର ୩.୧ କିଲୋମିଟର ଉପରେ ଅନୁଭୁତ ହେଉଛି । ଏହାର ପ୍ରଭାବରେ ଉତ୍ତର ଓଡ଼ିଶାର କେତେକାଂଶରେ ମଧ୍ୟମ ଧରଣର ଘଡ଼ଘଡ଼ି ସହିତ ଝଡ଼ ବର୍ଷା ହେବାର ସମ୍ଭାବନା ରହିଛି । ଏଥିସହିତ ଦକ୍ଷିଣ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହିତ ବୃଷ୍ଟିପାତ ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ସୂଚନା ଦେଇଛନ୍ତି । ଓଡ଼ିଶାର ଯେଉଁ ଜିଲ୍ଲା ଗୁଡ଼ିକରେ ସୋମବାର ଏବଂ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବୃଷ୍ଟିପାତ ହେବାର ସମ୍ଭାବନା ରହିଛି ସେହି ଜିଲ୍ଲା ଗୁଡ଼ିକ ହେଲା – ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର, ବରଗଡ଼, ଦେଓଗଡ଼, ବୌଦ୍ଧ, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ ଓ ଅନୁଗୁଳ ପ୍ରଭୃତି ଜିଲ୍ଲା ।

ଏହାବ୍ୟତୀତ, ରାଜ୍ୟର ଉପକୂଳବର୍ତ୍ତୀ କିଛି ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନ ଏବଂ ଉପକୂଳବର୍ତ୍ତୀ ଓଡ଼ିଶାର ଉତ୍ତରାଞ୍ଚଳର କେତେକ ଜିଲ୍ଲାର ଅନେକ ସ୍ଥାନରେ ମଧ୍ୟମ ଧରଣର ବୃଷ୍ଟିପାତ ହେବାର ଆଶଙ୍କା ଥିବାର ପାଣିପାଗ ବିଭାଗ ପକ୍ଷରୁ ସୂଚନା ହସ୍ତଗତ ହୋଇଛି ।

ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ପରିପ୍ରେକ୍ଷୀରେ ରାଜ୍ୟର ଜନସାଧାରଣଙ୍କୁ ଏହି ସମୟେ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯିବା ସହିତ ମତ୍ସ୍ୟଜୀବୀମାନଙ୍କୁ ଗଭୀର ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି ।

Leave A Reply

Your email address will not be published.