Latest Odisha News

ଓଡ଼ିଶାର ୧୧ ଜିଲ୍ଲାରେ ବର୍ଷା ସମ୍ଭାବନା, ଜାଣନ୍ତୁ କେଉଁ ଜିଲ୍ଲା

ଭୁବନେଶ୍ୱର: ଓଡିଶାର ୧୧ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା ନେଇ ରବିବାର ଦିନ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି ।

BjdElectrycity

ଜିଲ୍ଲା ଗୁଡ଼ିକ ମଧ୍ୟରେ ରହିଛି- ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ନୟାଗଡ଼, କଟକ (କଟକ ସିଟି), ଢେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡା, କନ୍ଧମାଳ, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲା।

ଏହି ସବୁ ଜିଲ୍ଲାରେ ସନ୍ଧ୍ୟା ୫ଟାରୁ ଆଗାମୀ ୨ ଘଣ୍ଟା ମଧ୍ୟରେ ବଜ୍ରପାତ ସହ ବର୍ଷା ନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ତେବେ ଏହି ସମୟରେ ବଜ୍ରପାତରୁ ରକ୍ଷା ପାଇବା ପାଇଁ ନିରାପଦ ସ୍ଥାନରେ ରହିବାକୁ ଲୋକମାନଙ୍କୁ ପରାମର୍ଶ ଦିଆଯାଇଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

Leave A Reply

Your email address will not be published.