Latest Odisha News

BREAKING NEWS

ଆଜି ସନ୍ଧ୍ୟାରେ ବିଜେପିରେ ଯୋଗଦେବେ ବୈଜୟନ୍ତ ପଣ୍ଡା

ଭୁବନେଶ୍ୱର: କେନ୍ଦ୍ରାପଡ଼ାର ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡା ସୋମବାର ଦିନ ସନ୍ଧ୍ୟାରେ ଭାରତୀୟ ଜନତା ପାର୍ଟି (ବିଜେପି)ରେ ନୂଆଦିଲ୍ଲୀଠାରେ ଯୋଗ ଦେବେ । ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଜୁଏଲ ଓରାମଙ୍କ ଉପସ୍ଥିତିରେ ବୈଜୟନ୍ତ ପଣ୍ଡା ନୂଆଦିଲ୍ଲୀଠାରେ ଆଜି ସନ୍ଧ୍ୟା ସମୟରେ ଆନୁଷ୍ଠାନିକ ଭାବେ ବିଜେପିରେ ଯୋଗ ଦେବେ ।

କେନ୍ଦ୍ରାପଡ଼ାର ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡା ସୋମବାର ସନ୍ଧ୍ୟାରେ ବିଜେପିରେ ମିଶୁଥିବା ବେଳେ ଓଡ଼ିଶା ରାଜ୍ୟ ଭାଜପା ସଭାପତି ବସନ୍ତ ପଣ୍ଡା ଏବଂ ବରିଷ୍ଠ ନେତା କେ ଭି ସିଂହଦେଓ ଉପସ୍ଥିତ ରହିବା ସୂଚନା ମିଳିଛି ।

ଭାରତୀୟ ଜନତା ପାର୍ଟି ଓଡ଼ିଶା ଶାଖାର ମୁଖପାତ୍ର ସଜ୍ଜନ ଶର୍ମା ଏହି ଖବର ସମ୍ପର୍କରେ ସ୍ପଷ୍ଟ କରିଛନ୍ତି ।

Leave A Reply

Your email address will not be published.