Latest Odisha News

‘ଦି ଟାଇମ୍ସ‌ ହାଇଅର ଏଜୁକେସନ୍‍’ ରାଙ୍କିଙ୍ଗ୍‌ରେ ଦେଶର ୩୦ତମ ସ୍ଥାନରେ କିଟ୍‌

ଭୁବନେଶ୍ୱର: ଦି ଟାଇମସ ହାଇଅର ଏଜୁକେସନ୍‍ ଏସିଆ ୟୁନିଭର୍ସିଟି ରାଙ୍କିଙ୍ଗ୍‌ ୨୦୨୧ରେ କିଟ୍‍ ବିଶ୍ୱବିଦ୍ୟାଳୟ ଉତ୍ତମ ପ୍ରଦର୍ଶନ କରିଛି। ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ‘ଦି ଟାଇମସ ହାଇଅର ଏଜୁକେସନ୍‍’ ପକ୍ଷରୁ ବିଶ୍ୱସ୍ତରୀୟ ଏସିଆ ୟୁନିଭର୍ସିଟି ରାଙ୍କିଙ୍ଗ୍‌ ଫଳଫଳ ପ୍ରକାଶ ପାଇଛି। ଏଥିରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ଦେଶର ଶ୍ରେଷ୍ଠ ସରକାରୀ ଓ ଘରୋଇ ବିଶ୍ୱବିଦ୍ୟାଳୟଗୁଡ଼ିକ ମଧ୍ୟରେ କିଟ୍‍ ୩୦ତମ ସ୍ଥାନ ହାସଲ କରିଛି। ଏହାସହିତ ଏସିଆର ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ତାଲିକାରେ ୨୫୧+ ବର୍ଗରେ ରହିଛି କିଟ୍‌।

ସେହିପରି ଜେନେରାଲ୍‍ ଇଂଜିନିୟରିଂର ଓଭରାଲ୍‍ ବର୍ଗରେ ଶ୍ରେଷ୍ଠ ସରକାରୀ ଓ ଘରୋଇ ବିଶ୍ୱବିଦ୍ୟାଳୟଗୁଡ଼ିକ ମଧ୍ୟରେ କିଟ୍‍ ୧୫ତମ ସ୍ଥାନରେ ରହି ଦେଶର ପୂର୍ବାଞ୍ଚଳରେ କିଟ୍‍ ନିଜର ସ୍ଥତି ବଜାୟ ରଖିଛି। ଟାଇମସ ହାଇଅର ଏଜୁକେସନ୍‍ ପକ୍ଷରୁ ଶିକ୍ଷାଦାନ, ଗବେଷଣା, ଜ୍ଞାନର ଆଦାନ ପ୍ରଦାନ, ଅନ୍ତର୍ଜାତୀୟ ଦୃଷ୍ଟିକୋଣ ଆଦି ବିଭିନ୍ନ ମାନଦଣ୍ଡକୁ ନେଇ ବିଶ୍ୱବିଦ୍ୟାଳୟଗୁଡ଼ିକର ରାଙ୍କିଙ୍ଗ୍‌ କରାଯାଇଛି।

କିଟରେ ବ୍ୟାପକ କାର୍ଯ୍ୟକ୍ରମ ସହ ୨ଶହରୁ ଊର୍ଦ୍ଧ୍ୱ ବିଭିନ୍ନ ପାଠ୍ୟକ୍ରମ ରହିଥିବା ବେଳେ ଏହାକୁ ବିଚାରକୁ ନେଲେ ଦେଶର ସମସ୍ତ ସରକାରୀ ଓ ଘରୋଇ ବିଶ୍ୱବିଦ୍ୟାଳୟ ମଧ୍ୟରେ କିଟ୍‍ ଯଥେଷ୍ଟ ଉତ୍ତମ ପ୍ରଦର୍ଶନ କରିଛି ।

ଟାଇମସ ହାଇଅର୍‍ ଏଜୁକେସନ୍‍ ପକ୍ଷରୁ ଗତ ୫୦ବର୍ଷ ମଧ୍ୟରେ ଏସିଆର ପ୍ରତିଷ୍ଠିତ ବିଶ୍ୱବିଦ୍ୟାଳୟଗୁଡ଼ିକୁ ଏହି ଚୟନ ପ୍ରକ୍ରିୟାରେ ସାମିଲ୍‍ କରାଯାଇଛି।

ଏହି ସଫଳତା ପାଇଁ କିଟ୍‍ ଓ କିସର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ, ଅଧ୍ୟାପକ ଅଧ୍ୟାପିକା, କର୍ମଚାରୀ ଓ ଶୁଭେଚ୍ଛୁ କିଟ୍‍ ଓ କିସର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ତାଙ୍କର ଉତ୍ତମ ଦୂରଦୃଷ୍ଟି ଓ ପ୍ରଚେଷ୍ଟା ପାଇଁ ଧନ୍ୟବାଦ ଓ କୃତଜ୍ଞତା ଜଣାଇଛନ୍ତି।

ପ୍ରତିବର୍ଷ ଦେଶର ପ୍ରତିଷ୍ଠିତ ଆଇଆଇଟି ଓ ଏନ୍ଆଇଟି ଆଦି ସରକାରୀ ବିଶ୍ୱବିଦ୍ୟାଳୟ ଓ ସୁନାମ ଧନ୍ୟ ଘରୋଇ ବିଶ୍ୱବିଦ୍ୟାଳୟ ସହ ସମକକ୍ଷ ହୋଇ ଉତ୍ତମ ପ୍ରଦର୍ଶନ ଜାରି ରଖିଛି। ଏହା ହିଁ ହେଉଛି କିଟର ସଫଳତା ବୋଲି ପ୍ରତିଷ୍ଠାତା ଶ୍ରୀ ସାମନ୍ତ କହିଛନ୍ତି।

Comments are closed.