Latest Odisha News

BREAKING NEWS

ବାଲୁକାକଳାରେ ‘ପ୍ରବାଦ ପୁରୁଷ ବିଜୁବାବୁ’ଙ୍କୁ ସୁଦର୍ଶନ ପଟ୍ଟନାୟକଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର : ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଆଜି ହେଉଛି ୧୦୩ ତମ ଜନ୍ମ ବାର୍ଷିକୀ । ସେ ଏକାଧାରାରେ ଥିଲେ ଜଣେ ମହାନ ସ୍ୱାଧୀନତା ସଂଗ୍ରାମୀ, ନିର୍ଭୀକ ପାଇଲଟ, ସଚ୍ଚୋଟ ରାଜନେତା ଓ ଯୁଗସ୍ରଷ୍ଟା ଜନନାୟକ ।

ଏହି ଅବସରରେ ପଦ୍ମଶ୍ରୀ ବିଜେତା ତଥା ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ବାଲୁକା କଳା ନିର୍ମାଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।

୧୯୧୬ ମସିହା ମାର୍ଚ୍ଚ ୫ ତାରିଖରେ କଟକରେ ଜନ୍ମ ଗ୍ରହଣ କରିଥିଲେ । ଏହି ଜନନାୟକ ନିଜ ଜୀବନ କାଳ ମଧ୍ୟରେ ଅନେକ ଦୁଃସାହସିକ କାମ କରିଛନ୍ତି । ତତ୍କାଳୀନ ପ୍ରଧାନମନ୍ତ୍ରୀ ଜବାହାରଲାଲ ନେହେରୁଙ୍କ ଅନୁରୋଧ କ୍ରମେ ଇଣ୍ଡୋନେସିଆରୁ ସୁଲତାନ ସାରିଆରଙ୍କୁ ଉଦ୍ଧାର କରିବା ସହ ବିମାନରେ ଭାରତ ଇଡାଇଆଣିବା ଘଟଣା ଅନ୍ୟତମ ଥିଲା ।

ଏହିଭଳି ଘଟଣା ଲାଗି ବିଜୁ ବାବୁ ସମଗ୍ର ବିଶ୍ୱରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିବା ସହ ଇଣ୍ଡୋନେସିଆର ଭୂମିପୁତ୍ର ଭାବେ ସମ୍ମାନିତ ହୋଇଥିଲେ ।

Leave A Reply

Your email address will not be published.