Latest Odisha News

ଜାଣନ୍ତୁ , କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ ତା ୨୭-୬-୨୦୨୧ ରବିବାର
ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର

BjdElectrycity

ଆଜି ଦିନର ମହତ୍ତ୍ଵ
ଆଜି ୨୦୨୧ ମସିହା ଜୁନ ତା ୨୭ ରିଖ ରବିବାର ମିଥୁନ ୧୩ ଦିନ ଆଷାଢ଼ ମାସ କୃଷ୍ଣପକ୍ଷ ତୃତୀୟା ତିଥି ଶ୍ରବଣା ନକ୍ଷତ୍ର ମକର ଚନ୍ଦ୍ର
ଘାତ ବାର-: ମେଷ
ଘାତ ଚନ୍ଦ୍ର-: ସିଂହ ରାଶି ପୁରୁଷଙ୍କର
ଆଜିର ନିଷେଧ ଖାଦ୍ୟ-: ପୋଟଳ

ମେଷ:
ଆଜି ଆଶାବାଦୀ ହୋଇପାରନ୍ତି। ରାଜନୀତି କ୍ଷେତ୍ରରେ ଥିଲେ ଜନସାଧାରଣଙ୍କର ଆସ୍ଥା ଭାଜନ ହେବେ। ପିତା ମାତାଙ୍କ ସ୍ନେହ ଶ୍ରଦ୍ଧା ପାଇବେ। କଳ୍ପନା ବିଳାସୀ ହୋଇପାରନ୍ତି। ବିଭିନ୍ନ ଦିଗରୁ ଧନାଗମ ହେବ। ପାରିବାରିକ ଜୀବନ ସୁଖପ୍ରଦ ହେବ। ବ୍ୟବସାୟ ବାଣିଜ୍ୟରେ ଆୟ ବୃଦ୍ଧି ହେବ।

ପ୍ରତିକାର-: ବୁଲା କୁକୁରକୁ କିଛି ଖାଦ୍ୟ ଖାଇବାକୁ ଦିଅନ୍ତୁ।

ବୃଷ:
ଆଜି ବିଳମ୍ବରେ କାର୍ଯ୍ୟ ହାସଲ କରିବେ। ଉଚ୍ଚ ଆଶା ଫଳବତୀ ହେବ। ଉତ୍ତମ ପରାମର୍ଶ ମିଳିବ। ଧର୍ମ-ଧାରଣାରେ ବ୍ରତୀ ହେବେ। ମନସ୍କାମନା ପୂରଣ ହେବ। ସତ୍‌ସଙ୍ଗୀ ହେବେ। ବକେୟା ଅର୍ଥ ହସ୍ତଗତ ହେବେ।

ପ୍ରତିକାର-: ଡାଳିମ୍ବ ଗଛ ମୂଳରେ କଞ୍ଚା କ୍ଷୀରରେ ଅରୁଆ ଚାଉଳ ମିଶାଇ ଢାଳନ୍ତୁ।

ମିଥୁନ:
ଆଜି ରୋଜଗାର ବୃଦ୍ଧି ପାଇବ। ଧୈର୍ଯ୍ୟ ଧରି ପାରିଲେ ସୁଫଳ ମିଳିବ। ଅଧିକ ଦାୟିତ୍ବ ବହନ କରିପାରନ୍ତି। କାର୍ଯ୍ୟରେ ପ୍ରଥମ ପର୍ଯ୍ୟାୟରେ ବାଧା ଉପୁଜି ପାରେ। ବ୍ୟୟ ବୃଦ୍ଧିର ସୂଚନା ମିଳୁଛି। କର୍ମକ୍ଷେତ୍ରରେ ପ୍ରତି ବନ୍ଧକ ଦେଖା ଦେଇପାରେ।

ପ୍ରତିକାର-: ପ୍ରଭୁ ଜଗନ୍ନାଥଙ୍କ ପାଖରେ ପ୍ରାର୍ଥନା କରିବା ସହ ଘୃତ ଦୀପଟିଏ ଜାଳନ୍ତୁ।

କର୍କଟ:
ଆଜି ଜମି-ଜମା ବାବଦ ବିବାଦ ବୃଦ୍ଧି ହୋଇପାରେ; ମାତ୍ର ଅବଶେଷରେ ବିଜୟୀ ହେବେ। ସୁଖ-ସମ୍ମାନ ଲାଭ କରିବେ। କୌଶଳରେ କାର୍ଯ୍ୟ ହାସଲ କରିବେ। ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ମହିଳାମାନେ ଯଶଶ୍ବୀ ହେବେ।

ପ୍ରତିକାର-: ସାତଟି ଲାଲ୍ ରଙ୍ଗର ମନ୍ଦାର ମା ପାର୍ବତୀଙ୍କୁ ଚଢାନ୍ତୁ।

ସିଂହ:
ଆଜି କାର୍ଯ୍ୟକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ଗୁରୁଜନ ମାନଙ୍କ ସ୍ନେହ ଶ୍ରଦ୍ଧା ସହାନୁଭୂତି ପାଇବେ। କର୍ମ କୁଶଳତା ପ୍ରକାଶ ପାଇବ। କର୍ମକ୍ଷେତ୍ରରେ ବିଜୟୀ ହେବେ। ସାମାଜିକ କ୍ଷେତ୍ରରେ କିଛିଟା ଉନ୍ନତି ସାଧନ ହୋଇପାରେ। ଦେବଦର୍ଶନ ଯୋଗରହିଛି ।

ପ୍ରତିକାର-: ସୂର୍ଯ୍ୟ ପୂଜା କରିବା ସହିତ ସାତ ଆଞ୍ଜୁଳା ଜଳ ପ୍ରଦାନ କରନ୍ତୁ।

କନ୍ୟା:
ଆଜି ଯୋଗାଯୋଗରେ ପ୍ରଗତି ଘଟିବ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ଯାତ୍ରାସମୟରେ ସତର୍କତା ଅବଲମ୍ବନ କରନ୍ତୁ ଯାନ୍ତ୍ରିକ ତ୍ରୁଟି ବା ଦୁର୍ଘଟଣା ଘଟିବାର ସମ୍ଭାବନା ରହିଛି। ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଶୁଭପ୍ରଦ ହେବ।

ପ୍ରତିକାର-: ମା ଲକ୍ଷ୍ମୀଙ୍କ ଗାୟତ୍ରୀ ମନ୍ତ୍ରକୁ ଦଶ ଥର ଜପ କରନ୍ତୁ।

ତୁଳା:
ଆଜି କାର୍ଯ୍ୟରେ ଅବହେଳା କଲେ ଧନକ୍ଷୟ ହେବାର ସମ୍ଭାବନା ଅଛି। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ। ମିଥ୍ୟା ଅଭିଯୋଗ ପାଇଁ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ସ୍ୱାଭିମାନୀ ହେବେ।

ପ୍ରତିକାର-: ଧଳାରଙ୍ଗର ପୋଷାକ ପରିଧାନ କରନ୍ତୁ।

ବିଛା:
ଆଜି ବନ୍ଧୁଙ୍କ ସାହାଯ୍ୟ ପାଇ ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ତ୍ବରାନ୍ବିତ କରି ଶେଷ ପର୍ଯ୍ୟାୟରେ ପହ଼଼ଞ୍ଚାଇବେ। ଆପଣଙ୍କ ଦକ୍ଷତା ଯୋଗ୍ୟତାକୁ ନେଇ କର୍ମକ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷ ସନ୍ତୋଷ ପ୍ରକାଶ କରିବେ। ଶତୃମାନେ ପରାଜିତ ହେବେ

ପ୍ରତିକାର-: ସାତଟି ପେଡା ହନୁମାନଙ୍କ ପାଖରେ ଭୋଗ କରନ୍ତୁ।

ଧନୁ:
ଆଜି ଦୃଢ଼ ମନୋବଳ ନେଇ କାର୍ଯ୍ୟ ସମ୍ପାଦନ କରିବେ। ଦୀର୍ଘଦିନର ଆଶା ପୂରଣ ହେବ। ଦେବ ଦର୍ଶନ କରିବାରେ ସୁଯୋଗ ଅଛି। ବସ୍ତ୍ର-ଭୂଷଣ ଲାଭ ହେବ। କର୍ମତତ୍ପରତା ପ୍ରକାଶ ପାଇବ। ବ୍ୟବସାୟୀମାନେ ବ୍ୟବସାୟରେ ଲାଭବାନ ହେବେ ‌।

ପ୍ରତିକାର-: ନାରାୟଣଙ୍କ ଗାୟତ୍ରୀ ମନ୍ତ୍ରକୁ ଦଶ ଥର ଜପ କରନ୍ତୁ।

ମକର:
ଆଜି ପ୍ରତ୍ୟେକ କାର୍ଯ୍ୟରେ ସଫଳତା ହାସଲ କରିବେ। ଖାଦ୍ୟ ପାନୀୟ ପ୍ରତି ବିଶେଷ ଧ୍ୟାନ ଦିଅନ୍ତୁ । ଭ୍ରମଣର ଯୋଗ ଅଛି। ଧନ ମାନ ସମ୍ମାନ ପ୍ରତିଷ୍ଠା ମିଳିବ। ଗୃହରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। ଛାତ୍ର ଛାତ୍ରୀମାନେ ପରୀକ୍ଷାରେ କୃତକାର୍ଯ୍ୟ ହେବେ।

ପ୍ରତିକାର-: ଦରିଦ୍ର ଅସହାୟ ବ୍ୟକ୍ତିକୁ ସାହାଯ୍ୟ ସହଯୋଗ କରନ୍ତୁ।

କୁମ୍ଭ:
ଆଜି କେତେକ କ୍ଷେତ୍ରରେ ନିରବଦ୍ରଷ୍ଟା ସାଜିପାରନ୍ତି। ଭୟ ଓ ଆଶଙ୍କା ଲାଗି ରହି ଥିଲେ ମଧ୍ୟ ଶେଷରେ ସଫଳତା ହାସଲ କରିବେ। ବହୁ ପ୍ରତିକ୍ଷୀତ ଶୁଭ ସମାଚାର ମିଳିବାର ସମ୍ଭାବନା ଅଧିକ ରହିଛି। ଖଳ ଲୋକଙ୍କୁ ଚିହ୍ନଟ କରି ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରନ୍ତି। ଉଦାର ଓ ଦାନଶୀଳ ହେବେ।

ପ୍ରତିକାର-: ନୀଳ ରଙ୍ଗର ରୁମାଲ ବ୍ୟବହାର କରନ୍ତୁ।

ମୀନ:
ଆଜି ଏପରି କାର୍ଯ୍ୟ ନ କରନ୍ତୁ; ଯେଉଁଥିପାଇଁ ପରେ ଅନୁତାପ କରିବାକୁ ପଡିପାରେ।ଭବିଷ୍ୟତ ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ। ସୁସ୍ଥ ଓ ନିରାମୟ ରହିବେ। ମାନସିକ ସ୍ତରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। କର୍ମକ୍ଷେତ୍ରରେ ପଦୋନ୍ନତି ମିଳିପାରେ।

ପ୍ରତିକାର-: ସାତଟି ଲବଙ୍ଗ ନିଜ ପାଖରେ ରଖନ୍ତୁ।

Leave A Reply

Your email address will not be published.