Latest Odisha News

BREAKING NEWS

ଜମ୍ମୁ କାଶ୍ମୀର: ସେନା ଏନକାଉଣ୍ଟରରେ, ପୁଲୱାମା ଆକ୍ରମଣର ମାଷ୍ଟରମାଇଣ୍ଡ ନିହତ

ଶ୍ରୀନଗର : ଜମ୍ମୁ ଓ କାଶ୍ମୀରର ଦକ୍ଷିଣ କାଶ୍ମୀର ଅନ୍ତର୍ଗତ ପୁଲୱାମା ଜିଲ୍ଲାର ତ୍ରାଲ୍ ଠାରେ ସୋମବାର ଦିନ ସେନା ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି।

ଏହି ଗୁଳିବିନିମୟରେ ବର୍ବରୋଚିତ ପୁଲୱାମା ଆକ୍ରମଣ ଘଟଣାର ମାଷ୍ଟରମାଇଣ୍ଡ ମୁଦାସୀର ଅହମ୍ମଦ ଖାନ୍ ସମେତ ୨ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା ନେଇ ଏକ ଜାତୀୟ ଗଣମାଧ୍ୟମ ରିପୋର୍ଟରୁ ଜଣାପଡିଛି ।

ଏହି ଆତଙ୍କବାଦୀ ଜୈଶ-ଇ-ମହମ୍ମଦ ସଂଗଠନର ହୋଇଥିବା ଜଣାପଡ଼ିଛି।

ପ୍ରାପ୍ତ ସୂଚନାନୁଯାୟୀ କିଛି ଆତଙ୍କବାଦୀ ତ୍ରାଲ୍ ଅଞ୍ଚଳରେ ଛପି ରହିଥିବା ନେଇ ସୁରକ୍ଷାକର୍ମୀଙ୍କୁ ବିଶ୍ୱସ୍ତ ସୁତ୍ରରୁ ଖବର ମିଳିଥିଲା । ଆତଙ୍କବାଦୀ ମାନଙ୍କୁ ଧରିବା ପାଇଁ ଜାରି ତଲାସି ଅଭିଯାନ ବେଳେ ଛପି ରହିଥିବା ଆତଙ୍କବାଦୀ ପକ୍ଷରୁ ଅତର୍କିତ ଗୁଳି ଚାଳନା କରାଯିବା ଫଳରେ ସୁରକ୍ଷାକର୍ମୀଙ୍କ ପାଲଟା ଜବାବରେ ୩ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି ।

ଏହି ଘଟଣା ପରେ ସମ୍ପୃକ୍ତ ଅଞ୍ଚଳରେ ସେନା ପକ୍ଷରୁ ତଲାସି ଅଭିଯାନକୁ ଜୋରଦାର କରାଯାଇଥିବା ଜଣାପଡିଛି । ଏଥିସହିତ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରିବା ସହ ମୋବାଇଲ ଓ ଇଣ୍ଟରନେଟ ସେବାକୁ ମଧ୍ୟ ବନ୍ଦ କରି ଦିଆଯାଇଛି।

Leave A Reply

Your email address will not be published.